ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଢେଙ୍କାନାଳର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ୱିତ

Published By : Harapriya Sethi | June 2, 2025 10:20 AM

ଢେଙ୍କାନାଳ, ୦୨/୦୬: ଢେଙ୍କାନାଳ ସଦର ବ୍ଲକ ବିଜେଡ଼ି ସଭାପତି ବିଭୁ ପ୍ରସାଦ ଦେହୁରୀ ଓରଫ ପିଣ୍ଟୁଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ବିଭୁ ପ୍ରସାଦ ଦେହୁରୀଙ୍କୁ ନିଲମ୍ବନ କରାଯାଇଥିବା ରାଜ୍ୟ ବିଜେଡ଼ି ଉପସଭାପତି ପ୍ରତାପ ଜେନା ପ୍ରେସ ରିଲିଜ୍‌ରେ ଜଣାଇଛନ୍ତି। ନିଲମ୍ବିତ ହୋଇଥିବା ବିଜେଡ଼ିର ପୂର୍ବତନ ଢେଙ୍କାନାଳ ସଦର ବ୍ଲକ ସଭାପତି ବିଭୁ ପ୍ରସାଦ ଦେହୁରୀ ନିଜର ଶତାଧିକ ସମର୍ଥକ ସହ ଏବେ ବେଜେପିରେ ସାମିଲ ହେବେ। ଏନେଇ ସେ ତାଙ୍କ ସମର୍ଥନଙ୍କ ଗହଣରେ ଶୋଭାଯାତ୍ରାରେ ଆସି ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ପହଞ୍ଚିଛନ୍ତି । 

ବିଭୁ ପ୍ରସାଦ ଦେହୁରୀ ବିଜେଡ଼ିରେ ଦୀର୍ଘ ଦିନ ଧରି ସକ୍ରିୟ ଥିଲେ। ତାଙ୍କ ପତ୍ନୀ ଝରସ୍ମିତା ଦେହୁରୀ ବିଜେଡ଼ି ଟିକେଟରେ କାଇମାଟି ଜୋନରୁ ଜିଲ୍ଲା ପରିଷଦ ସଭ୍ୟା ଭାବେ ନିର୍ବାଚିତ ହୋଇଛନ୍ତି। ବିଭୁଙ୍କ ସମେତ ଅନ୍ୟ ବିଜେଡ଼ି ନେତା ଓ କର୍ମୀ ମଧ୍ୟ ବିଜେପିରେ ସାମିଲ ହେବେ ବୋଲି ଜଣାଯାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.