ପ୍ରମୁଖ ଖବର
  • ଭୁବନେଶ୍ୱର : ଜାତୀୟ ସ୍ତରୀୟ ଗବେଷଣା ସୁଯୋଗ, ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପାଇଁ ୩୦୦ ଶିକ୍ଷାର୍ଥୀ ଚୟନ
  • ||
  • ଭୁବନେଶ୍ୱର : ମହିଳାଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଥିଲେ; ତାଲିମ ନେଇଥିଲେ ୨୪୮ ଜଣ, ଏବେ ବନ୍ଦ ହୋଇଗଲା ଏସ୍‌ଓପି ବ୍ୟବସ୍ଥା
  • ||
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

ବିଜେପିରେ ମିଶିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭ୍‌ଲି

Image Courtesy: indiatvnews

ନୂଆଦିଲ୍ଲୀ: ଦିଲ୍ଳୀ କଂଗ୍ରସେ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦର ସିଂହ ଲଭଲି ବିଜେପିରେ ସାମିଲ ହୋଇଛନ୍ତି । ଲଭଲିଙ୍କ ସମେତ କଂଗ୍ରେସ ନେତା ରାଜକୁମାର ଚୌହାନ, ୩ ଥର ବିଧାୟକ ନସୀବ ସିଂହ ଏବଂ ନୀରଜ ବୈସୋୟା ମଧ୍ୟ ପଦ୍ମ ଧରିଛନ୍ତି । ଦିଲ୍ଲୀ ଯୁବ କଂଗ୍ରେସ ସଭାପତି ଅମିତ ମଲିକ ବିଜେପିରେ ମିଶିଛନ୍ତି । କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । 




ଲୋକସଭା ନିର୍ବାଚନ ପୂର୍ବରୁ ଏପ୍ରିଲ ୨୮ରେ ଅରବିନ୍ଦର ସିଂହ ଲଭଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ । ସେ ପ୍ରଦେଶ ପ୍ରଭାରୀ ଦୀପକ ବାବରିୟା ଏବଂ ଉଦିତ ରାଜ, କହ୍ନେୟା କୁମାରଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଥିଲେ । ଏହା ସହ ଆମ ଆଦମୀ ପାର୍ଟି ସହ କଂଗ୍ରେସର ମେଣ୍ଟକୁ ନେଇ ଅସନ୍ତୋଷ ଥିବାରୁ ସେ ଇସ୍ତଫା ଦେଇଥିବା କଥା କହିଥିଲେ  ଅରବିନ୍ଦର ସିଂହ ଲଭଲି ।

 

  • BJP
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.