ପ୍ରମୂଖ ଖବର
  • ଟ୍ରମ୍ପଙ୍କ ‘ଭାରତର ମୃତ ଅର୍ଥନୀତି’ ମନ୍ତବ୍ୟକୁ ସମର୍ଥନ କଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
  • ||
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

କୋର୍ଟରେ ହାଜର ହେଲେ ମାଲକାନଗିରିର ପୂର୍ବତନ ଜିଲ୍ଲାପାଳ ମନିଷ ଅଗ୍ରୱାଲ

Published By : Suraj Kumar | July 30, 2025 11:13 PM

ମାଲକାନଗିରି, ୩୦/୭ (ଆପ୍ର):  ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ମାମଲାର ବୁଧବାର ଏସଡିଜେଏମ କୋର୍ଟରେ ଶୁଣାଣି ହୋଇଥିଲା। ଏହି  ମାମଲାରେ ମାଲକାନଗିରି ଏସଡିଜେଏମ୍ କୋର୍ଟରେ ହାଜର ହୋଇଛନ୍ତି ପୂର୍ବତନ ଜିଲ୍ଲାପାଳ ମନିଷ ଅଗ୍ରୱାଲ। 

ସୂଚନାଯୋଗ୍ୟ, ତତ୍କାଳୀନ ମାଲକାନଗିରି ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ସମୟରେ ତାଙ୍କର ପିଏ ଦେବ ନାରାୟଣ ପଣ୍ଡା ୨୦୧୯ ଡିସେମ୍ବର ୨୭ରେ ନିଖୋଜ ହୋଇଇଥିଲେ। ନିଖୋଜ ହେବାର ଦିନକ ପରେ ୨୮ ତାରିଖରେ ତାଙ୍କର ମୃତଦେହ ସତିଗୁଡ଼ା ଜଳ ଭଣ୍ଡାରରୁ ଉଦ୍ଧାର କରାଯାଇଥିଲା। ପୁଲିସ ଦ୍ବାରା ଏ ନେଇ ଏକ ମାମଲା ରୁଜୁ ହୋଇଥିଲା। ଦେବ ନାରାୟଣଙ୍କ ପତ୍ନୀ ବନଜା ପଣ୍ଡା ୨୦୨୦ ମସିହା ଜାନୁଆରୀ ମାସରେ  ଜିଲ୍ଲାପାଳ ମନିଷ ଅଗ୍ରୱାଲା ଓ  ଅନ୍ୟ ତିନିଜଣ କର୍ମଚାରୀଙ୍କ ଦ୍ବାରା ତାଙ୍କ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ। ସ୍ବର୍ଗତ ପଣ୍ଡାଙ୍କ ପରିବାର ପକ୍ଷରୁ ଏସ୍‌ଡି‌ଜେଏମ୍‌, ମାଲକାନଗିରି କୋର୍ଟରେ ମାମଲା ରୁଜୁ କରାଯାଇଥିଲା। ବୁଧବାର ଏସଡିଜେଏମ୍ କୋର୍ଟରେ ଶୁଣାଣି ହୋଇଥିଲା। ଏସଡିଜେଏମ୍ କୋର୍ଟରୁ ଉପର କୋର୍ଟକୁ ମାମଲା ସ୍ଥାନାନ୍ତର ପାଇଁ ଆବେଦନ କରାଯାଇଥିବା ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.