ଭୁବନେଶ୍ଵର, ୧୩/୦୨ : ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ। ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ପ୍ରାର୍ଥନା କରିଛନ୍ତି।
ବରିଷ୍ଠ ନେତା, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ସାଂସଦ କାହ୍ନୁ ଚରଣ ଲେଙ୍କାଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଏହି ଦୁଖଃଦ ସମୟରେ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।
— Mohan Charan Majhi (@MohanMOdisha) February 13, 2026
ଓଁ ଶାନ୍ତି। 🙏 pic.twitter.com/zIndCQHq6W
୧୯୯୫-୨୦୦୦ ମସିହା ଯାଏଁ ସେ ଚୌଦ୍ଵାର ବିଧାୟକ ଥିଲେ। ୧୯୮୮ରୁ ୯୪ ଯାଏଁ ରାଜ୍ୟସଭା ସାଂସଦ ଥିଲେ। ପି.ଭି. ନରସିଂହ ରାଓଙ୍କ ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ।
ଏହି ଖବରଟିକୁ ପଢନ୍ତୁ- ବିଶ୍ୱ ରେଡିଓ ଦିବସ: ଆଜି ରେଡିଓ ଆମ ପାଇଁ ଇତିହାସ, ହେଲେ ମନରୁ ଲିଭିନି ପ୍ରେମ