ଭୁବନେଶ୍ୱର,୧୧/୧୦: ପରଲୋକରେ ଗଞ୍ଜାମ ଜିଲ୍ଲା ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ । ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି । ତେବେ ସେ ପୋସଲରା ନିର୍ବାଚନ ମଣ୍ଡଳୀରେ ବିଜେଡିରୁ ୨୦୦୪ରୁ ୨୦୧୪ ପର୍ଯନ୍ତ ବିଧାୟକ ରହିଥିଲେ ।
ପୂର୍ବତନ ବିଧାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନଥିବା କାରଣରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଦେହତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ସେ ବିଜେଡି ଟିକେଟରେ ୨୦୦୪ ଓ ୨୦୦୯ରେ ବିଧାୟକ ହୋଇଥିଲେ । କିନ୍ତୁ ୨୦୧୯ ନିର୍ବାଚନ ସମୟରେ ଦଳ ତାଙ୍କୁ ଟିକେଟ ଦେଇନଥିଲା । ଏଥିରେ ଅସନ୍ତୋଷ ବ୍ୟକ୍ତ କରି ବିଜେଡି ଛାଡ଼ି ସେ ବିଜେପିରେ ସାମିଲ ହୋଇଥିଲେ ।