ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ମାହାଙ୍ଗା ଡବଲ ମର୍ଡର ମାମଲା : ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ବସ୍ତି

କଟକ,୧।୧୦  : ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ନେତା ତଥା  ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି ମିଳିଛି।  ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ତଦନ୍ତର ସମ୍ମୁଖୀନ ହେବେ ବୋଲି, ନିମ୍ନ ଅଦାଲତ ଯେଉଁ ନିର୍ଦେଶ ଦେଇଥିଲେ, ତାକୁ ଆଜି ରଦ୍ଦ କରିଛନ୍ତି ହାଇକୋର୍ଟ। 

୨୦୨୩  ସେପ୍ଟେମ୍ବର ୨୫ରେ ସାଲେପୁର ଜେଏମଏଫସି  ନିର୍ଦେଶ ଦେଇଥିଲେ କି, ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ତଦନ୍ତର ସମ୍ମୁଖୀନ ହେବେ। ଉକ୍ତ ନିର୍ଦେଶକୁ ଚ୍ୟାଲେଞ୍ଜ କରି ପ୍ରତାପ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନର ପ୍ରାରମ୍ଭିକ ଶୁଣାଣି କରି ହାଇକୋର୍ଟ ଜେଏମଏଫସି ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ। ଆଜି ପ୍ରତାପଙ୍କ ଆବେଦନର ଚୂଡାନ୍ତ ରାୟ ଆସିଛି। ନିମ୍ନ ଅଦାଲତଙ୍କ ରାୟକୁ ହାଇକୋର୍ଟ ରଦ୍ଦ  କରିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ୨୦୨୧ ମସିହା ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟାସିଂହ ବରାଳଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା ।   ଡିସେମ୍ବର ୯ ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତା ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ମାମଲାର ଶୁଣାଣି କରି କଟକ ସାଲେପୁର ଅତିରିକ୍ତ ଦୌରାଜଜ୍ କୋର୍ଟ  ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.