ପ୍ରମୁଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଆଜି ଭାରତ-ବାଂଲାଦେଶ ଅଭ୍ୟାସ ମ୍ୟାଚ୍‌
  • ||
  • ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ, ଧୂଆଁମୟ ହୋଇଗଲା ଆକାଶ
  • ||
  • ଓଡିଶା ଦେଉଛି ଶେଷ ପର୍ଯ୍ୟାୟ ଭୋଟ: ୬ ଲୋକସଭା,୪୨ ବିଧାନସଭା ସିଟ୍‌ରେ ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତଦାତା
  • ||
  • କେନ୍ଦୁଝର: ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଙ୍କ ଦେହାନ୍ତ, କାଠ କଣ୍ଢେଇ ନୃତ୍ୟ ପାଇଁ ପାଇଥିଲେ ସମ୍ମାନ
  • ||
  • ଦେଶରେ ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ୯୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତଦାତା
  • ||

ବିଜେପି ଛାଡିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ବର,୧୬।୫ : ବିଜେପି ଛାଡିରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ।  ପୂର୍ବରୁ ବିଜେଡି ଛାଡି ସେ ବିଜେପିରେ ଯୋଗ ଦେଇଥିଲେ। ସୋରରୁ ବିଜେପି ତାଙ୍କୁ ପ୍ରାର୍ଥୀ କରିଥିଲା।  ପରବର୍ତ୍ତି ସମୟ‌ରେ ତାଙ୍କ ଟିକେଟ କାଟି ଦିଆଯିବାରୁ ସେ ଅସନ୍ତୋଷ ପ୍ରକାଶ କରି ବିଜେପି ଛାଡିଛନ୍ତି। 

 ବିଜେଡି ଛାଡି ବିଜେପିରେ ସେ ଯୋଗ ଦେବା ପରେ  ତାଙ୍କୁ ଧାମନଗର ପରବର୍ତେ  ସୋରରୁ ଦଳ ପକ୍ଷରୁ ପ୍ରାର୍ଥୀ କରାଯାଇଥିଲା। ସେ ସୋରରୁ ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ତେବେ ସୋର ବିଧାୟକ ପର୍ଶୁରାମ ଧଡା ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ। ବିଜେପି ପ୍ରାର୍ଥୀ ପରିବର୍ତ୍ତନ କରି  ରାଜୁଙ୍କ ବଦଳରେ  ପର୍ଶୁରାମଙ୍କୁ ଟିକେଟ ଦେଇଥିଲା । ପର୍ଶରାମ ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଏହାକୁ ନେଇ ରାଜେନ୍ଦ୍ର ଅସନ୍ତୋଷ ପ୍ରକାଶ କରି ଦଳରୁ ଇସ୍ତଫା ଦେଇଛନ୍ତି। 

ଆହୁରି ପଢନ୍ତୁ : ଭୁବନେଶ୍ବରରେ ନବୀନଙ୍କ ରୋଡ୍ ସୋ’, ଦଳୀୟ ପ୍ରାର୍ଥୀଙ୍କ ପାଇଁ କଲେ ପ୍ରଚାର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.