ସମ୍ବଲପୁର, ୧୬/୨: ବିଜେଡିର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ଦେହାନ୍ତ । ସମ୍ବଲପୁରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି । ୭୯ ବୟସରେ ତାଙ୍କର ଦେହାନ୍ତ ହୋଇଛି। ରାତି ୮ଟା ୫୦ ମିନିଟରେ ତାଙ୍କର ପରଲୋକ ହୋଇଛି। ରାସେଶ୍ବରୀଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ବରିଷ୍ଠ ନେତ୍ରୀ, ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି 🙏 pic.twitter.com/Olc8U0Pqlv
— Mohan Charan Majhi (@MohanMOdisha) February 16, 2026
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସମ୍ବଲପୁରର ପୂର୍ବତନ ବିଧାୟିକା, ସମାଜସେବୀ ତଥା ବରିଷ୍ଠ ଚିକିତ୍ସକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଡାକ୍ତର ପାଣିଗ୍ରାହୀ କେବଳ ଜଣେ ଜନପ୍ରତିନିଧି ନଥିଲେ, ବରଂ ଜଣେ ସେବାଭିମୁଖୀ ବ୍ୟକ୍ତିତ୍ୱ ଭାବେ ସମ୍ବଲପୁରର ଘରେ ଘରେ ସୁପରିଚିତ ଥିଲେ । ଜଣେ ଦକ୍ଷ ଡାକ୍ତର ଭାବେ ଦୀର୍ଘ ବର୍ଷ ଧରି… pic.twitter.com/2oAOo5jOmT
— Dharmendra Pradhan (@dpradhanbjp) February 16, 2026
ଡା.ରାସେଶ୍ବରୀ ପାଣିଗ୍ରାହୀଙ୍କ ଦେହାନ୍ତ ନବୀନଙ୍କ ଶୋକ
ସମ୍ବଲପୁରର ପୂର୍ବତନ ବିଧାୟିକା ଡ଼ା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସ୍ୱାସ୍ଥ୍ୟସେବା ସହ ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) February 16, 2026
ସୂଚନା ଯୋଗ୍ୟ ଯେ, ରାସେଶ୍ୱରୀ ପାଣିଗ୍ରାହୀ ରାଉରକେଲାର ଇସ୍ପାତ ବିଦ୍ୟାଳୟରୁ ତାଙ୍କର ଦଶମ ଶ୍ରେଣୀ ପାସ୍ କରିଥିଲେ । ଏହାପରେ ସେ ସମ୍ବଲପୁର ଜିଏମ କଲେଜରେ ପାଠ ପଢ଼ିଥିଲେ । ରାସେଶ୍ବରୀ ସମ୍ବଲପୁରର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜରେ ଏମବିଏସ ପାଠ ପଢ଼ା ଶେଷ କରି ୧୯୭୨ ମସିହାରେ ଡାକ୍ତରଭାବେ ଯୋଗ ଦେଇଥିଲେ । ସେ ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀ ରୋଗ ବିଶେଷଜ୍ଞ ଭାବେ ଯୋଗ ଦେଇଥିଲେ । ପରେ ବୁର୍ଲା ମେଡିକାଲ କଲେଜରେ ପ୍ରଫେସର ଭାବେ ଯୋଗ ଦେଇଥିଲେ । ପରବର୍ତ୍ତୀ ସମୟରେ ରାଜନୀତିରେ ପାଦ ଥାପିଥିଲେ । ବିଜେଡିରୁ ୨୦୧୪ ସାଧାରଣ ନିର୍ବାଚନରେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ।