ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ଫୋନରେ ଧମକ : ୫୦ ଲକ୍ଷ ଟଙ୍କା ଦିଅ ନଚେତ ଜୀବନରେ ମାରିଦେବୁ

Published By : Suraj Kumar | February 5, 2025 4:05 PM

ଭୁବନେଶ୍ବର,୫।୨ କଂଗ୍ରେସ ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ ପରେ ଏବେ ଟାର୍ଗେଟରେ କଂଗ୍ରେସ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା । ଏକ ଅଜଣା ଫୋନ ନମ୍ବରରୁ ତାଙ୍କୁ ଆସିଛି ଧମକ। ୫୦ ଲକ୍ଷ ଟଙ୍କା ଦିଅ ନହେଲେ ତମକୁ ଜୀବନରୁ ମାରିଦେବୁ ବୋଲି ଦୁର୍ବୃତ୍ତ ଧମକ ଦେଇଛନ୍ତି। ଧମକ ଦେବା ବେଳେ ଓଡ଼ିଆ ଭାଷାରେ କଥା ହେଉଥିଲେ ଦୁର୍ବୃତ୍ତ ।   କ୍ୟାପିଟାଲ ଥାନାରେ ଏନେଇ ଅଭିଯୋଗ ଦେଇଛନ୍ତି ଜୟଦେବ ଜେନା । 

ରାଜ୍ୟରେ ଆଇନଶୁଙ୍ଖଳ ସ୍ଥିତି ସମ୍ପୂର୍ଣ ଭୁଶୁଡି ପଡ଼ିଥିବା ଜୟଦେବ ଅଭିଯୋଗ କରିଛନ୍ତି ।  ଧମକପୂର୍ଣ୍ଣ କଲକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କରିଛନ୍ତି ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଜୟଦେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.