PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

କ୍ୟାପ୍‌ଟେନ୍‌ ଅମରିନ୍ଦର ହୋଇପାରନ୍ତି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ, ରାଜନୈତିକ ମହଲରେ ଜୋର ଧରିଲା ଚର୍ଚ୍ଚା

ଚଣ୍ଡିଗଡ଼,୦୩/୦୭: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍‌ଟେନ୍‌ ଅମରିନ୍ଦର ସିଂହ ଏନ୍‌ଡିଏ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇପାରନ୍ତି । କ୍ୟାପ୍‌ଟେନଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସ ବିଜେପିରେ ବିଲୟ ହେବା ନେଇ ପ୍ରସ୍ତୁତି ଚାଲିଥିବାବେଳେ ଏହି ଚର୍ଚ୍ଚା ଜୋର୍‌ ଧରିଛି ।

ରିପୋର୍ଟ ଅନୁସାରେ, କ୍ୟାପ୍‌ଟେନଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସହ ଭଲ ସଂପର୍କ ରହିଛି । ଦଳକୁ ବିଜେପିରେ ବିଲୟ କରିବା ପରେ ତାଙ୍କର ପ୍ରାର୍ଥୀତ୍ୱ ନେଇ ଘୋଷଣା ହୋଇପାରେ ବୋଲି ଆଲୋଚନା ହେଉଛି । ସେପଟେ ବିଜେପି ଅମରିନ୍ଦରଙ୍କୁ ପ୍ରାର୍ଥୀ କରିବା ଆଳରେ ଶିଖ୍‌ ସମୁଦାୟର ନିକଟତର ହେବାକୁ ଉଦ୍ୟମ କରୁଛି । କୃଷି ସଂସ୍କାର ଆଇନକୁ ବିରୋଧ କରି ହୋଇଥିବା ଚାଷୀ ଆନ୍ଦୋଳନ ଯୋଗୁ ଶିଖ୍‌ମାନେ ବିଜେପି ଉପରେ ଅସନ୍ତୁଷ୍ଟ ଅଛନ୍ତି । ଏଭଳି କ୍ଷେତ୍ରରେ ଶିଖ୍‌ଙ୍କ ନିକଟତର ହେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ଶିଖ୍‌ ବ୍ୟକ୍ତିତ୍ୱମାନଙ୍କୁ ଭେଟୁଛନ୍ତି । ଲାଲକିଲ୍ଲାରେ ବି ଶ୍ରୀ ଗୁରୁ ତେଗ୍‌ବାହାଦୁରଙ୍କ ପ୍ରକାଶ ଉତ୍ସବ ପାଳନ କରାଯାଇଛି ।

ସୂଚନାଥାଉକି, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୧ ତାରିଖରେ ଶେଷ ହେବ । ତା’ ପୂର୍ବରୁ ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ।