ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ, ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ

Published By : Tapas Panda | August 22, 2025 4:25 PM

ନୂଆଦିଲ୍ଲୀ: ସରକାରୀ ଅର୍ଥ ହେରଫେର ମାମଲାରେ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ । ସମ୍ବାଦ ସରବରାହ ସଂସ୍ଥା ଏଏଫପିର ରିପୋର୍ଟ ଅନୁଯାୟୀ, ସେପ୍ଟେମ୍ବର ୨୦୨୩ରେ ଏକ ବ୍ରିଟିଶ ବିଶ୍ୱବିଦ୍ୟାଳୟରେ ତାଙ୍କ ପତ୍ନୀଙ୍କ ସମ୍ମାନାର୍ଥେ ଆୟୋଜିତ ଉତ୍ସବରେ ଯୋଗଦେବା ପାଇଁ ଲଣ୍ଡନ ଯାତ୍ରା ବିଷୟରେ ପଚରାଯିବା ପରେ ବିକ୍ରମସିଂଘେଙ୍କୁ ଅଟକ ରଖାଯାଇଥିଲା । ଜଣେ ଅଧିକାରୀ କହିଛନ୍ତି ଯେ, ତାଙ୍କୁ କଲମ୍ବୋ ଫୋର୍ଟ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ହାଜର କରାଯିବ । ବିକ୍ରମାସିଂଘେଙ୍କ ଉପରେ ବ୍ୟକ୍ତିଗତ ଉଦ୍ଦେଶ୍ୟରେ ଦେଶର ସମ୍ବଳ ବ୍ୟବହାର କରିବାର ଅଭିଯୋଗ ହୋଇଛି । 

୨୦୨୩ ମସିହାରେ ହାଭାନାରୁ G-୭୭ ଶିଖର ସମ୍ମିଳନୀରେ ଯୋଗ ଦେଇ ଫେରିବା ସମୟରେ ରାନିଲ ବିକ୍ରମାସିଂଘେ ଲଣ୍ଡନରେ ଅଟକିଥିଲେ । ଏହି ସମୟରେ ବିକ୍ରମାସିଂଘେ ଏବଂ ତାଙ୍କ ପତ୍ନୀ ମୈତ୍ରୀ ୱଲଭରହାମ୍ପଟନ୍ ବିଶ୍ୱବିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ବିକ୍ରମାସିଂଘେ କହିଥିଲେ ଯେ, ତାଙ୍କ ପତ୍ନୀ ତାଙ୍କ ଯାତ୍ରାର ଖର୍ଚ୍ଚ ନିଜେ ବହନ କରିଛନ୍ତି ଏବଂ ଏଥିରେ କୌଣସି ସରକାରୀ ଟଙ୍କା ବ୍ୟବହାର କରାଯାଇ ନାହିଁ । ପୁଲିସ ଅଭିଯୋଗ କରିଛି ଯେ, ବିକ୍ରମାସିଂଘେ ବ୍ୟକ୍ତିଗତ ଯାତ୍ରା ପାଇଁ ସରକାରୀ ଟଙ୍କା ବ୍ୟବହାର କରିଥିଲେ । ରାନିଲ ବିକ୍ରମାସିଂଘେଙ୍କ ଅଙ୍ଗରକ୍ଷୀଙ୍କୁ ମଧ୍ୟ ସରକାରୀ କୋଷାଗାରରୁ ଦରମା ଦିଆଯାଇଥିଲା । 

ସମାନ ମାମଲାରେ ବିକ୍ରମାସିଂଘେ ତାଙ୍କ ବୟାନ ରେକର୍ଡ କରିବା ପାଇଁ ସିଆଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରୁ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି । ୨୦୨୨ରେ ତତ୍କାଳୀନ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷେ ଦେଶ ଛାଡ଼ି ପଳାୟନ କରିବା ପରେ ବିକ୍ରମାସିଙ୍ଘେ  ଦାୟିତ୍ୱ ଗ୍ରହଣ କରିଥିଲେ । ସେତେବେଳେ ଦୁର୍ନୀତି ଅଭିଯୋଗକୁ ନେଇ ରାଜପକ୍ଷେଙ୍କ ବିରୋଧରେ ଶ୍ରୀଲଙ୍କାରେ ବିରୋଧ ପ୍ରଦର୍ଶନ ହୋଇଥିଲା । ୨୦୨୨ରେ ଶ୍ରୀଲଙ୍କାର ସବୁଠାରୁ ଖରାପ ଆର୍ଥିକ ସଙ୍କଟ ପରେ ଦେଶର ଅର୍ଥନୀତିକୁ ସ୍ଥିର କରିବା ପାଇଁ ବିକ୍ରମାସିଂଘେଙ୍କୁ ଶ୍ରେୟ ଦିଆଯାଏ । କିନ୍ତୁ ସେ ସେପ୍ଟେମ୍ବରରେ ପୁନଃନିର୍ବାଚନରେ ପରାସ୍ତ ହୋଇଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.