ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାମୋଜୀ ରାଓଙ୍କ ପରଲୋକରେ ଶୋକ ପ୍ରକା‌ଶ କଲେ ମୋଦି

ନୂଆଦିଲ୍ଲୀ,୮/୬:  ରାମୋଜୀ ଗ୍ରୁପର ଚେୟାରମ୍ୟାନ ଇଟିଭି ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି, ରାମୋଜୀ ରାଓ ଭାରତୀୟ ମିଡିଆ ଜଗତରେ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲେ । ସାମ୍ବାଦିକତା ଏବଂ ଫିଲ୍ମ ଜଗତ ପ୍ରତି ତାଙ୍କର ଅବଦାନ ଅବିସ୍ମରଣୀୟ । ନିଜର ଉଲ୍ଲେଖନୀୟ ପ୍ରୟାସରେ ମିଡିଆ, ମନୋରଞ୍ଜନ ଜଗତରେ ନବସୃଜନ ଏବଂ ଉତ୍କୃଷତାର ନୂଆ ଧାରା ସୃଷ୍ଟି କରିଥିଲେ । ଭାରତର ବିକାଶ କ୍ଷେତ୍ରରେ ମଧ୍ୟ ବେଶ୍ ତତ୍ପର ରହିଥିଲେ । ଏଭଳି କଠିନ ସମୟରେ ତାଙ୍କର ପରିବାର, ବନ୍ଧୁ ପରିଜନ ଏବଂ ପ୍ରଶଂସକଙ୍କ ପ୍ରତି ମୋର ଗଭୀର ସମବେଦନା । ପ୍ରଧାନମନ୍ତ୍ରୀଙ୍କ ସହ ତେଲେଙ୍ଗାନା ରାଜ୍ୟ ବିଜେପି ସଭାପତି ଜି କିଷାନ ରେଡ୍ଡୀ ମଧ୍ୟ ଟ୍ବିଟ୍ କରି ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ତେବେ ମୃତ୍ୟୁ ବେଳକୁ  ରାମୋଜୀ ରାଓଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ରାମୋଜି ଗ୍ରୁପ୍ ଅଫ୍ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓ ଆଜି ଭୋର ପ୍ରାୟ ୪ଟା  ୫୦ମିନିଟରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ତାଙ୍କ ପ୍ରାର୍ଥିବ ଶରୀର ଫିଲ୍ମ ସିଟି ସ୍ଥିତ ବାସଭବନକୁ ଅଣାଯାଇଛି । ଗଣମାଧ୍ୟମ, ସିନେମା, ସାହିତ୍ୟ, ଚାଷ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ ‘ପଦ୍ମବିଭୂଷଣ’ରେ ସମ୍ମାନିତ କରାଯାଇଥିଲା । ସେ ଥିଲେ ବିଶ୍ବର ସର୍ବବୃହତ୍ତ ଫିଲ୍ମସିଟି ‘ରାମୋଜୀ ଫିଲ୍ମସିଟି’ର ପ୍ରତିଷ୍ଠାତା । ଫିଲ୍ମସିଟିରେ ବହୁ ଶୁଭେଚ୍ଛୁ, ସମର୍ଥକ ଓ ରାମୋଜୀ ଗ୍ରୁପର ବିଭିନ୍ନ ସଂସ୍ଥାରେ କାର୍ଯ୍ୟରତ କର୍ମଚାରୀମାନେ ତାଙ୍କ ଶେଷ ଦର୍ଶନ କରିବାକୁ ପହଞ୍ଚୁଛନ୍ତି । ଅପରାହ୍ନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.