PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ଶୁକ୍ରବାର ରାଶିଫଳ: ଶୁକ୍ଳପକ୍ଷର ତୃତୀୟ ଚନ୍ଦ୍ର ଯୋଗୁ ନୂତନ ଶୁଭକର୍ମ କରିପାରନ୍ତି; ଶିକ୍ଷା କ୍ଷେତ୍ରରେ ମିଳିପାରେ ସଫଳତା

ମେଷ: ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ, ଆର୍ଥିକ ଠକାମି ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବାଧାବିଘ୍ନ ସୃଷ୍ଟି ହେବ । ଯେଉଁମାନଙ୍କର ଦ୍ୱିଜା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି, ଲୁ, ଲେ, ଲୋ ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା : ପ୍ରଭୁ ହନୁମାନ

ବୃଷ : ଶୁକ୍ଳପକ୍ଷର ତୃତୀୟ ଚନ୍ଦ୍ର ଯୋଗୁ ନୂତନ ଗୃହ ପ୍ରତିଷ୍ଠା, ଶୁଭାରମ୍ଭ, ଭୂମିପୂଜା ଆଦି ଶୁଭକର୍ମ କରିପାରନ୍ତି କିମ୍ବା କୌଣସି ଶୁଭ କର୍ମରେ ଯୋଗ ଦେଇପାରନ୍ତି । ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ସହାୟତା ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା : ମାସମଲେଶ୍ୱରୀ

ମିଥୁନ: ଶୁକ୍କପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟ ଯେତେ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ମୃଗଶିରା ଓ ପୂନର୍ବସୁ ମିଥୁନ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ: ସବୁଜ, ସଂଖ୍ୟା : ୮, ଆରାଧନା : ମାଭୈରବୀ

କର୍କଟ: ଶ୍ରୀ ଚନ୍ଦ୍ର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ,ମନ ସୁସ୍ଥ ରହିବ । କୌଣସି ଶୁଭକର୍ମରେ ଯୋଗଦାନ କିମ୍ବା ନିଜର କୌଣସି ଶୁଭ କର୍ମର ଆୟୋଜନ କରିବେ । ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂନର୍ବସୁ କର୍କଟ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୫, ଆରାଧନା : ମାଭୁବନେଶ୍ୱରୀ

ସିଂହ: ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବାଫାଲ୍‌ଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମୋ, ଟା, ଟି, କୀ ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ଲାଲ, ସଂଖ୍ୟା: ୬, ଆରାଧନା: ପ୍ରଭୁ ଗଜାନନ

କନ୍ୟା: ଏକାଦଶ ଚନ୍ଦ୍ର, ସୁକର୍ମୀ ଯୋଗ ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ, ନୂତନ ଗୃହ ପ୍ରତିଷ୍ଠା, ଭୂମିପୂଜା ଏବଂ ଗୃହାରମ୍ଭ କରିପାରନ୍ତି । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କିଛି ମାତ୍ରାରେ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ।

ଶୁଭରଙ୍ଗ: ଚକୋଲେଟ, ସଂଖ୍ୟା: ୧୨, ଆରାଧନା : ଭଗବାନ ବିଷ୍ଣୁ

ତୁଳା: ଦଶମ ଚନ୍ଦ୍ର, ଦଶମୀ ତିଥି ଏବଂ ଶୁକ୍ରବାର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମପ୍ରତି ଧ୍ୟାନ ଓ ଆନ୍ତରିକତା ଅଧିକ ରହିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ମନରେ ପସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନ ପ୍ରଫୁଲ ରହିବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମାଗାୟତ୍ରୀ

ବିଛା : ଘାତବାର ଓ ଘାତତିଥି ଯୋଗୁ ନବମ ଚନ୍ଦ୍ର ହେଲେ ମଧ୍ୟ ବିଶେଷ ସଫଳତା ମିଳିବ ନାହିଁ । ମନ ବିଷାଦଗ୍ରସ୍ତ ରହିବ ଏବଂ ସାମାନ୍ୟ କଥାରେ ବିବ୍ରତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଓ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମାଚଣ୍ଡୀ

ଧନୁ : ଘାତବାର ଓ ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବିନା କାରଣରେ ବହୁତ ବ୍ୟସ୍ତ ରହିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଭୂ, ଧା, ଫା, ତା ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୨, ଆରାଧନା : ମାତାରା

ମକର : ସପ୍ତମ ଚନ୍ଦ୍ର, ଶୁକ୍ରବାର ଏବଂ ଶନିଙ୍କ ନକ୍ଷତ୍ର ଯୋଗୁ ସ୍ତ୍ରୀ ସୌଖ୍ୟ, ସ୍ତ୍ରୀ ହେତୁକ ଧନପ୍ରାପ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ମାଟିଆ,, ସଂଖ୍ୟା : ୬, ଆରାଧନା : ମାକାଳୀ

କୁମ୍ଭ : ରୋଗ, ଋଣ ଓ ଶତ୍ରୁ – ଏ ତିନୋଟିରୁ କିଛି ମାତ୍ରାରେ ମୁକ୍ତି ମିଳିବ ଏବଂ ସମସ୍ତଙ୍କୁ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ । ପରୋପକାର, ସମାଜସେବା ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ·ଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପବକୃତ ହେବେ ।

ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମାବିମଳା

ମୀନ : ଘାତବାର ଏବଂ ପଞ୍ଚମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତା, ଗୁରୁଜନଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମାଧୂମାବତୀ