PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ଶୁକ୍ରବାର ରାଶିଫଳ: ଜାଣନ୍ତୁ କେମିିତି କଟିବ ଆପଣଙ୍କ ଦିନ? ଏହି ରାଶିରେ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବାର ଯୋଗ ରହିଛି

ମେଷ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆମତୃପ୍ତି ମିଳିବ । ମନରେ ପ୍ରସନ୍ନତା, ପଡ଼ୋଶୀଙ୍କ ସହ ମିତ୍ରତା ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । କର୍ମରେ ସଫଳତା ଶୀର୍ଷରେ ପହଞ୍ଚିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ମିଥୁନ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୯, ଆରାଧନା: ମା’ ଧୂମାବତୀ

ବୃଷ: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ ଓ ଆୟ, ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଯେତେ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ସନ୍ତୋଷ ରହିବ ନାହିଁ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ସିଲଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ

ମିଥୁନ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଲକ୍ଷ୍ମୀଙ୍କର କୃପକୃଟ୍ଟା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆମତୃପ୍ତି ମିଳିବ । ମନରେ ପ୍ରସନ୍ନତା, ପଡ଼ୋଶୀଙ୍କ ସହ ମିତ୍ରତା ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । କର୍ମରେ ସଫଳତା ଶୀର୍ଷରେ ପହଞ୍ଚିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ମିଥୁନ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ଭୈରବୀ

କର୍କଟ: ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ। ମନରେ ଅସ୍ଥିରତା, ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର କି, କୁ, କେ, ଡୋ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ

ସିଂହ: ଏକାଦଶ ଚନ୍ଦ୍ର, ପୁର୍ଣ୍ଣିମା ତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରପ୍ତି ହେବ। ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ ପଦାର୍ଥ ହାତ ପାହାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାଭାଜନ ହେବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ

କନ୍ୟା: ଘାତଚନ୍ଦ୍ର ଯୋଗୁ ସମସ୍ତ କର୍ମ ଆରମ୍ଭ କରିବା ପୂର୍ବରୁ ସତର୍କତା ଜରୁରୀ । ମନରେ ଅସ୍ଥିରତା, ଚାଲିଚଳନରେ ଅସ୍ୱାଭାବିକତା, କଥାବାର୍ତ୍ତାରେ ଉଚ୍ଛୃଙ୍ଖଳତା ଏବଂ କର୍ମ ପ୍ରତି ଅଜଣା ବିପଦ ଆସିପାରେ । ସମସ୍ତ କର୍ମ ବିବାଦୀୟ ହେବ, ସଫଳତା ଅପେକ୍ଷା ବିଫଳତା ଅଧିକ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ଅଧିକ ହେବ ଏବଂ ଅପମାନ, ଅପଯଶ, ଓ ଅପନିନ୍ଦା ଅଧିକ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପ, ଷ, ଣ, ଠ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା

ତୁଳା: ଶୁକ୍ରବାର, ନବମ ଚନ୍ଦ୍ର ଓ ପୂର୍ଣ୍ଣିମା ତିଥି ଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଟ୍ଟଦବୀ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୮, ଆରାଧନା : ମା’ ସମଲେଶ୍ୱରୀ

ବିଛା: ଶୁକ୍ଳପକ୍ଷର ଷ  ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତି ଏବଂ ଜନସମ୍ପର୍କ ବୃଦ୍ଧି ପାଇବ। ପରୋପକାର ଓ ସମାଜ ସେବାରେ ଅଧିକ ଆଗ୍ରହ ରହିବ ଏବଂ ରୋଗ, ଋଣ ଓ ଶତ୍ରୁ – ଏ ତିନୋଟିରୁ ମୁକ୍ତି ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠ ବିଛା ସେମାନେ ସତର୍କ ହେବେ। 

ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ

ଧନୁ : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି ଓ ପ୍ରତ୍ୟୁତ୍ପନ୍ନମତିର ବିକାଶ ଘଟିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ପିତାମାତାଙ୍କ କୃପା ଏବଂ ପୁରାତନ ବନ୍ଧୁଙ୍କ ସାହ୍ୟା, ସହଯୋଗ ମିଳିବ ଏବଂ କଳା, ସଂସ୍କୃତିରେ ଅଧିକ ରୁଚି ରହିବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ।

ଶୁଭରଙ୍ଗ: ଲାଲ, ସଂଖ୍ୟା: ୫, ଆରାଧନା: ମା’ ଧୂମାବତୀ

ମକର : ଚତୁର୍ଥ ଚନ୍ଦ୍ର, ଘାତତିଥି ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖୋ ସେମାନେ ସତର୍କ ହେବେ।

ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା: ମା’ ଭୈରବୀ

କୁମ୍ଭ : ମାନସିକ, ପାରିବାରିକ ଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ପ୍ରକାଶ ପାଇବ। ସୁଖବର, ସୁସମ୍ବାଦ ମିଳିବ ଏବଂ ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଧନି ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ: ଧୂସର, ସଂଖ୍ୟା : ୧୧, ଆରାଧନା: ମା’ କାଳୀ

ମୀନ : ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ସମର୍ଥ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବ।

ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୯, ଆରାଧନା: ମା’ ଧୂମାବତୀ