PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ଶୁକ୍ରବାର ରାଶିଫଳ: ବାଣିଜ୍ୟ ବ୍ୟବସାୟରେ ଆୟ ଉତ୍ତମ ହେବା ସହ ଅଧୁରା କାମ ପୂର୍ଣ୍ଣ ହେବ, ଏହି ରାଶିର ଲୋକଙ୍କ ପାଇଁ ଦିନଟି ଶୁଭ

ଅଦ୍ୟ ତା.୨୪.୦୬.୨୦୨୨ରିଖ, ମିଥୁନ ୧୦ ଦିନ, ଆଷାଢ଼ ମାସ କୃଷ୍ଣପକ୍ଷ ଏକାଦଶୀ, ଶୁକ୍ରବାର । ଏକାଦଶୀ-ରାତ୍ରି ୧୧ଟା ୧୩ ମିନିଟ୍‌, ଅଶ୍ୱିନୀ- ସକାଳ ୮ଟା ୦୩ ମିନିଟ୍‌ । ମେଷ ଚନ୍ଦ୍ର : ୬୦ ଦଣ୍ଡ, ଅହୋରାତ୍ର । ସୂର୍ଯ୍ୟୋଦୟ-୫ଟା ୧୦ ମିନିଟ୍‌ ୩୨ ସେକେଣ୍ଡ, ସୂର୍ଯ୍ୟାସ୍ତ-୬ଟା ୨୭ ମିନିଟ୍‌ ୧୬ ସେକେଣ୍ଡ । ଯୋଗିନୀ ଆଗ୍ନେୟେ, ରାତ୍ରି ୧୧ଟା ୧୩ ମିନିଟ୍‌ ଗତେ ନୈରୁତେ । ମୃତେ ରାତ୍ରି ୧୧ଟା ୧୩ ମିନିଟ୍‌ ଗତେ ଏକପାଦ ପୁଷ୍କର ଦୋଷ । ଶିମ୍ବ ଖାଇବା ମନା, ଖାଇଲେ ମହାପାପ । ଅଦ୍ୟ କାଳି ଲାଗି (ଯୋଗିନୀ) ଏକାଦଶୀ, ଅଣସର ଏକାଦଶୀ ।

ଶୁକ୍ରବାର ରାଶିଫଳ
ମେଷ: ଘାତଚନ୍ଦ୍ର ହେତୁ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ଲୋକମାନେ ଶତ୍ରୁତା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସତର୍କ ହେବେ । ଶୁଭରଙ୍ଗ-ଲାଲ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ସ୍କନ୍ଦ ।

ବୃଷ: ଦ୍ୱାଦଶ ଚନ୍ଦ୍ର, ଶୁକ୍ରବାର ଓ ସକାଳ ୮ଟା ୦୩ ମିନିଟ୍‌ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବା ହେତୁ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ସମସ୍ତ କର୍ମରେ ଉଚିତ୍‌ ପଦକ୍ଷେପ ଓ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଓ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: ଏକାଦଶ ଚନ୍ଦ୍ର, ଏକାଦଶୀ ତିଥି ହେତୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଭୂମି କ୍ରୟ କରିପାରନ୍ତି କିମ୍ବା ନୂତନ ଗୃହାରମ୍ଭ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା: ୬, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ:ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଓ ବିଶ୍ୱାସ ରଖିବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରଖିବେ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା, କାର୍ଯ୍ୟଦକ୍ଷତା ଓ କର୍ମକୁଶଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ସ୍ୱାସ୍ଥ୍ୟ ଉତ୍ତମ ରହବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଅଧିକ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ ।

ସିଂହ: ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ନିଜର ପ୍ରିୟ ବନ୍ଧୁଙ୍କ ସହ ମତାନ୍ତର, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ବ୍ୟବସାୟ ବିପଜ୍ଜନକ ସ୍ଥିତିରେ ପହଞ୍ଚିବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଫାଲ୍‌ଗୁନୀ ସିଂହ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଅଷ୍ଟମ ଚନ୍ଦ୍ର ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବିନା କାରଣରେ ବହୁତ ବ୍ୟସ୍ତ ରହିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେବ ତା’ଠାରୁ ଅଧିକ ବଦ୍‌ଖର୍ଚ୍ଚ ହେବ ଏବଂ କର୍ମରେ ବାଧାବିଘ୍ନ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଚିତ୍ରା କନ୍ୟା ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ମାନସିକ, ପାରିବାରିକ ଶାନ୍ତି, କୌଣସି ମାଙ୍ଗଳିକ କିମ୍ବା ଶୁଭକର୍ମରେ ଯୋଗଦାନ ଏବଂ ସନ୍ତାନ, ସନ୍ତତିଙ୍କର ବିବାହର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । କର୍ମରେ ସଫଳତା, ମହିଳା ସହକର୍ମୀଙ୍କ ସହଯୋଗ ଏବଂ ସମସ୍ତଙ୍କର ସ୍ନେହ ଓ ଶ୍ରଦ୍ଧାର ପାତ୍ର ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଋଣମୁକ୍ତ ହେବା ପାଇଁ ଉଦ୍ୟମ ଜାରି ରଖିବେ । ଘାତବାର ହେତୁ ମନରେ ସାମାନ୍ୟ ଅସ୍ଥିରତା ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସଫଳତା ଆପଣଙ୍କର ପଶ୍ଚାଧାବନ କରିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ଧନୁ: ଘାତଚନ୍ଦ୍ର ଓ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଏବଂ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତାର ସାମ୍ନା କରିବେ । ସନ୍ତାନମାନେ ଅବଜ୍ଞା କରିବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ମା’ ତାରା ।

ମକର: ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଓ ସକାଳ ୮ଟା ୦୩ ମିନିଟ୍‌ ପରେ ଶୁକ୍ରଙ୍କ ନକ୍ଷତ୍ର ହେତୁ ଅସମ୍ଭବ କର୍ମକୁ ସମ୍ଭବ କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତିରେ ଉନ୍ନତି, ସ୍ୱଜନରେ ସୁସମ୍ପର୍କ, ମାଲିମକଦ୍ଦମାରେ ସଫଳତା, କୌଣସି ଶୁଭକର୍ମ କିମ୍ବା ମାଙ୍ଗଳିକ କର୍ମରେ ଯୋଗଦାନ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ: ମୂଲ୍ୟବାନ ଧାତୁ, ବସନଭୂଷଣ, ଘରୋଇ ଉପକରଣ କିମ୍ବା ଭୂମି କ୍ରୟ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧୂସର, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ: ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ପାଦେ ପାଦେ ବିପଦର ସମ୍ଭାବନା ରହିଛି । ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ, ମାଲିମକଦ୍ଦମା, ଧନକୁ ନେଇ ବିବାଦ, ଶାରୀରିକ ପୀଡ଼ା, ପରିବାରରେ ମତାନ୍ତର ଏବଂ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ । କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୯, ଆରାଧନା: ପ୍ରଭୁ ଗଜାନନ ।