PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ମାୟାବିନୀ ଅର୍ଚ୍ଚନା ନାଗ ମାମଲା: ପୁଣି ହାଜର ହେଲେ ଠିକାଦାର, ପଦାକୁ ଆସିଲା ରଣଜୀ ଖେଳାଳିଙ୍କ ଲିଙ୍କ୍‌
  • ||
  • ଭୁବନେଶ୍ୱର: ଆଜିଠୁ ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଭୁବନେଶ୍ୱର: ଶୀତ ସାମାନ୍ୟ କମିବ, ଦକ୍ଷିଣ ଓଡ଼ିଶାରେ କାଁ ଭାଁ ହାଲୁକା ବର୍ଷା ସମ୍ଭାବନା: ୮ଟି ସ୍ଥାନରେ ରାତି ତାପମାତ୍ରା ୧୧ ଡିଗ୍ରୀ ତଳେ
  • ||

ଶୁକ୍ରବାର ରାଶିଫଳ: ନିଜ ଲୋକ ଶତ୍ରୁତା ଆଚରଣ କରିବେ, ଏହି ରାଶିର ଲୋକଙ୍କ ପାଇଁ ଅଶୁଭ

ଅଦ୍ୟ ତା.୨୫.୧୧.୨୦୨୨ରିଖ, ବିଛା ୧୦ ଦିନ, ମାର୍ଗଶିର ମାସ ଶୁକ୍ଳପକ୍ଷ ଦ୍ୱିତୀୟା, ଶୁକ୍ରବାର । ଦ୍ୱିତୀୟା : ରାତ୍ରି ୧୦ଟା ୩୫ ମିନିଟ୍‌ । ଜ୍ୟେଷ୍ଠା : ସନ୍ଧ୍ୟା ୫ଟା ୨୧ ମିନିଟ୍‌ । ବିଛା ଚନ୍ଦ୍ର: ସନ୍ଧ୍ୟା ୫ଟା ୨୧ ମିନିଟ୍‌ । ସୂର୍ଯ୍ୟୋଦୟ-୬ଟା ୦୨ ମିନିଟ୍‌ ୨୪ ସେକେଣ୍ଡ, ସୂର୍ଯ୍ୟାସ୍ତ-୫ଟା ୦୪ ମିନିଟ୍‌ ୩୮ ସେକେଣ୍ଡ । ଯୋଗିନୀ ଉତ୍ତରେ, ରାତ୍ରି ୧୦ଟା ୩୫ ମିନିଟ୍‌ ଗତେ ଆଗ୍ନେୟେ । ମୃତେ ରାତ୍ରି ୧୦ଟା ୩୫ ମିନିଟ୍‌ ମଧ୍ୟେ ଏକପାଦ ପୁଷ୍କର ଦୋଷ । କଖାରୁ ଖାଇବା ମନା, ଖାଇଲେ ଶ୍ରୀହୀନ । ଶନିବାର ପୋଟଳ ଖାଇବା ମନା, ଖାଇଲେ ଶତ୍ରୁବୃଦ୍ଧି । ଦ୍ୱିତୀୟାର ଚନ୍ଦ୍ର ଦର୍ଶନ ପୂଜା, ଅର୍ଘ୍ୟଦାନ କଲେ ଏକମାସ ପର୍ଯ୍ୟନ୍ତ ଅର୍ଥକଷ୍ଟରୁ ମୁକ୍ତି ।

ଶୁକ୍ରବାର ରାଶିଫଳ
ମେଷ: ଅଷ୍ଟମ ଚନ୍ଦ୍ର ଯୋଗୁ ସ୍ୱଜନରେ ମତାନ୍ତର, ପରିବାରରେ ବିବାଦ ଏବଂ ନିଜର ଲୋକ ଶତ୍ରୁତା ଆଚରଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଭାବ ଦେଖାଦେବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଯେଉଁମାନଙ୍କର କୃତ୍ତିକା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଆ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୧୧, ଆରାଧନା: ମା’ ଚଣ୍ଡୀ ।

ବୃଷ: ଶୁକ୍ରବାର ସପ୍ତମ ଚନ୍ଦ୍ର ସୁକର୍ମା ଯୋଗ ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାହେତୁକ ଧନପ୍ରାପ୍ତି ହେବ । ମନ ପ୍ରଫୁଲ୍ଲ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ ।

ମିଥୁନ: ଷଷ୍ଠ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସମସ୍ତଙ୍କ ସହ ମିତ୍ରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣେଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହାୟତା ଓ ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୮, ଆରାଧନା: ମା’ ଭୈରବୀ ।

କର୍କଟ: ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ବିଦ୍ୟା, ବୁଦ୍ଧି, ଜ୍ଞାନ ଗରିମା, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ବିକାଶ ଘଟିବ । ପିତାମାତାଙ୍କ କୃପା ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ଚତୁର୍ଥ ଚନ୍ଦ୍ର ଯୋଗୁ ସ୍ୱଜନରେ ମତାନ୍ତର, ପରିବାରରେ ବିବାଦ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଗୁରୁଜନଙ୍କ ସହ ବିବାଦ ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଓ ବହୁ ସମସ୍ୟାର ସମ୍ମୁଖୀନ ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ଟେ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା: ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମରେ ଉନ୍ନତି, ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମ କରିବାର ଶୈଳୀରେ ଉନ୍ନତି ଓ ପରିବର୍ତ୍ତନ ଦେଖାଦେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଦେହ ମନ ସୁସ୍ଥ ରହିବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ଶୁକ୍ରବାର, ସୁକର୍ମାର ଯୋଗ ଓ ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ପ୍ରତି ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତି ହେବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ପ୍ରଭୁ ଶ୍ରୀରାମ ।

ବିଛା: ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଓ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ଧନୁ: ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ନିଶ୍ଚିତତାକୁ ଛାଡ଼ି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଭେ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ମା’ ଧୂମାବତୀ ।

ମକର: ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ସୁକର୍ମୀ ଯୋଗ ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ଓ ପ୍ରତିପତ୍ତି ବୃଦ୍ଧି ପାଇବ । ସମସ୍ତ କର୍ମରେ ସୁଚିନ୍ତିତ ଓ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବେ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିଯିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଳା, ସଂଖ୍ୟା: ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ: କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ ଏବଂ ଆଜି ଯେକୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୩, ଆରାଧନା: ମା’ କାଳୀ ।

ମୀନ: ଘାତବାର, ଘାତତିଥି ଏବଂ ଶୁକ୍ଳପକ୍ଷର ନବମ ଚନ୍ଦ୍ର ହେତୁ ନବମ ଚନ୍ଦ୍ରର ଶୁଭଫଳ ପାଇବାରୁ ବଞ୍ଚିତ ହେବେ । ମନରେ ଅସ୍ଥିରତା, ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଓ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ଅଯଥା ଖର୍ଚ୍ଚ ତା’ଠାରୁ ଅଧିକ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁମାନଙ୍କର ରେବତୀ ଓ ପୂର୍ବଭାଦ୍ର ମୀନ ଏବଂ ଯାହାର ପ୍ରଥମ ନାମାକ୍ଷର ଦା, ଦି, ଦେ, ଦୋ, ଚା, ଚୀ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୭, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।