ମେଷ
ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ। ଆର୍ଥିକ ଅବସ୍ଥାରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ଅଶ୍ଵିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ
ଦଶମ ଚନ୍ଦ୍ର, ଶୁକ୍ରବାର ଓ ଶତଭିଷା ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ। ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ। ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ। ସତ୍ କର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ।
ମିଥୁନ
ଘାତଚନ୍ଦ୍ର, ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ଵଜନରେ ବିବାଦ, ପଡୋଶୀଙ୍କ ସହ ତିକ୍ତତା ଓ ନିଜର ପ୍ରିୟ ବନ୍ଧୁ କିମ୍ଵା ପୁରାତନ ବନ୍ଧୁଙ୍କ ସହ ମତଭେଦ ଅଥବା ତାଙ୍କଠାରୁ ଅପମାନ ମିଳିପାରେ। ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ। ଅପମାନ, ଅପଯଶ, ଅପନିନ୍ଦା ମିଳିବ। ବାନିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ-ମେରୁନ୍, ସଂଖ୍ୟା- ୪, ଆରଧନା- ମା' ତ୍ରିପୁରସୁନ୍ଦରୀ।
କର୍କଟ
ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ସରଞ୍ଜାମ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ଵଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ। କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟ : ୧, ଆରାଧନା: ମା' ଭୁବନେଶ୍ଵରୀ ।
ସିଂହ
ସପ୍ତମ ଚନ୍ଦ୍ର, ଶୁକ୍ରବାର ଯୋଗୁ ମଳରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ପରିବାରରେ ସୁଖଶାନ୍ତି, ସ୍ଵଜନରେ ସୁସମ୍ପର୍କ ଏବଂ ପରିଚିତ ମହିଳାଙ୍କଠାରୁ ଧନ ମିଳିବ। ଆମୋଦପ୍ରମୋଦରେ ଅଧିକ ଧ୍ୟାନ ରହିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ଜାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ। କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ଓ ଗଜରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା' କାଳୀ ।
କନ୍ୟା
ଷଷ୍ଠ ଚନ୍ଦ୍ର, ଶୁକ୍ରବାର ଓ ଶତଭିଷା ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାବରୁ ସାମୟିକ ମୁକ୍ତି ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା: ମା' ଛିନ୍ନମସ୍ତା।