ପ୍ରମୂଖ ଖବର
  • ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ
  • ||
  • ନୂଆପଡା : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  • ||
  • ପ୍ରଳୟଙ୍କରୀ ବନ୍ୟାରେ ଅସ୍ତବ୍ୟସ୍ତ ପାକିସ୍ତାନ, ୪୮ ଦିନରେ ଗଲାଣି ୬୫୦ ଜୀବନ
  • ||
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ଜିଲ୍ଲାପାଳ ଏକାଦଶ ଓ ଏସପି ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ୍

Published By : Suraj Kumar | August 17, 2025 11:15 PM

ମାଲକାନଗିରି, ୧୭/୮ (ଆପ୍ର ):  ମାଲକାନଗିରି ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ସ୍ଥାନୀୟ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ  ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନେତୃତ୍ୱରେ ପ୍ରଶାସନ ଏକାଦଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଙ୍କ ନେତୃତ୍ୱରେ ପୋଲିସ ଏକାଦଶ ଟିମ୍ ଏଥିରେ ଭାଗ ନେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନଙ୍କ ତତ୍ତ୍ଵାବଧାନରେ ଏହି ମ୍ୟାଚ୍ କୁ ଜିଲ୍ଲା କ୍ରୀଡ଼ା ଅଧିକାରୀ ଅଜୟ ମାଣ୍ଡାଙ୍ଗୀ ଆୟୋଜନ କରିଥିଲେ। ଜିଲ୍ଲା କ୍ରୀଡ଼ା ସଂଘ ର ସମ୍ପାଦକ ରାମ ହରି ପଣ୍ଡା ଓ ସହ ସମ୍ପାଦକ ଗୋପୀ କୃଷ୍ଣ ପଟ୍ଟନାୟକ ଏହାକୁ ଆୟୋଜନ କରିବାରେ ସହଯୋଗ କରିଥିଲେ। 

ପ୍ରଶାସନ ଏକାଦଶ ପକ୍ଷରୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନିର୍ମଳ ଧରୁଆ, ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା, ଖଣି ଅଧିକାରୀ ସତ୍ୟେନ୍ଦ୍ର ସରଦାର, ଭଗତ ନାୟକ, ସହାୟକ ଜିଲ୍ଲପାଳ ମୁନା ତୁରୁକ ଓ ଅନ୍ୟମାନେ ସାମିଲ୍ ଥିଲେ। ପୋଲିସ୍ ଏକାଦଶ ପକ୍ଷରୁ ପୋଲିସ୍ ଆର୍ ଆଇ ସତ୍ୟପ୍ରିୟ ବିଶ୍ଵାଳ, ଡିଏସପି ଓନାମ ଲାକ୍ରା, ଆଇଆଇସି ରିଗାନ୍ କିଣ୍ଡୋ, କୁମୁଦ ପ୍ରଧାନ, ଭିଭିଷଣ ଶବର ଙ୍କ ସମେତ ଅନ୍ୟାନ୍ୟ ପୋଲିସ କର୍ମଚାରୀ ଏଥିରେ ଭାଗ ନେଇଥିଲେ। ଏହି ବନ୍ଧୁତ୍ବପୂର୍ଣ୍ଣ ଫୁଟବଲ୍ ମ୍ୟାଚ୍ ଆୟୋଜନ କରିବାରେ ସ୍ପୋର୍ଟସ କମ୍ପ୍ଲେକ୍ସର କର୍ମଚାରୀ ସହାୟତା କରିଥିଲେ। ସେକ୍ସନ ଅଧିକାରୀ ଶ୍ୟାମ ସୁନ୍ଦର ନାୟକ ମ୍ୟାଚ୍ ପରିଚାଳନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ପିଏ ଆଇଟିଡିଏ ହଳଧର ଶବର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ପିଏମ ଅର୍ଥ ମାନସ ମିଶ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ କର୍ମଚାରୀ ଉପସ୍ଥିତ ଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.