ପ୍ରମୂଖ ଖବର
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହରିଆଣା ଏବଂ ମୁମ୍ବାଇ ଗସ୍ତ, ନୂଆ CMଙ୍କ ଶପଥ ଉତ୍ସବରେ ହେବେ ସାମିଲ

Published By : Harapriya Sethi | October 16, 2024 8:11 AM

ଭୁବନେଶ୍ୱର,୧୬/୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି । ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରିବେ । ୧୭ ତାରିଖରେ ଚଣ୍ଡିଗଡ଼ରେ ନବଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗ ଦେବେ । ସେହିଦିନ ଅପରାହ୍ନରେ ଚଣ୍ଡିଗଡ଼ରେ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଶ୍ରୀ ମାଝୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଚଣ୍ଡିଗଡ଼ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁମ୍ବାଇ ଯାଇ ୧୮ ତାରିଖରେ ଇଣ୍ଡିଆନ କେମିକାଲ୍ସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ । ୧୮ ତାରିଖ ଅପରାହ୍ନ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇରେ ଆଗାମୀ ମେକ୍‌ ଇନ୍‌ ଓଡ଼ିଶା ପାଇଁ ନିବେଶକ ସମ୍ମିଳନୀରେ ଯୋଗଦେବେ । ବିଶିଷ୍ଟ ନିବେଶକମାନଙ୍କୁ ଭେଟି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ । ଓଡ଼ିଶାରେ ଶିଳ୍ପାୟନ ପାଇଁ ଥିବା ସମ୍ଭାବନା ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ସେଠାରେ ଏକ ରୋଡ ସୋ’ରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ଆସନ୍ତା ଜାନୁଆରୀ ୨୮ ଓ ୨୯ରେ ଦୁଇଦିନ ଧରି ଉତ୍କର୍ଷ ଓଡ଼ିଶା: ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ ୨୦୨୫ ଆୟୋଜିତ ହେବ । ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.