PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ-ଦୁର୍ଗ ଏକ୍ସପ୍ରେସରେ ନିଆଁ , ସ୍ଥାନୀୟ ଦମକଳ ବାହୀନୀ ଆସି ନିଆଁକୁ ଆୟତ୍ତ କଲେ
  • ||
  • କେନ୍ଦ୍ରୀୟ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କର ଝିଅ ବିବାହ ବନ୍ଧନରେ ବାନ୍ଧି ହେଲେ
  • ||
  • ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ। ସିଏଚ୍‌ଏସ୍‌ସି କାର୍ଯ୍ୟାଳୟରେ ଫଳାଫଳ ଘୋଷଣା କଲେ ଗଣଶିକ୍ଷା ସଚିବ।
  • ||
  • ସୁପ୍ରିମକୋର୍ଟରେ ପହଞ୍ଚିଲେ ମୃତ ଗ୍ୟାଙ୍ଗଷ୍ଟାର ସଂଜୀବ୍ ଜୀବାର ପତ୍ନୀ; କହିଲେ ମୋ ଜୀବନ ପ୍ରତି ବିପଦ ଅଛି, ସୁରକ୍ଷା ଯୋଗାଇ ଦିଆଯାଉ…
  • ||
  • ପୁରୀ : ଚାଲିଛି ଶ୍ରୀଜିଉଙ୍କ ଅନବସର ନୀତି: ଗୁରୁବାର ଶ୍ରୀଅଙ୍ଗ ଫିଟିବ, ୯ରେ ଫୁଲୁରୀ ତେଲ ଲାଗି ନୀତି
  • ||
  • ଅସ୍ତରଙ୍ଗ : ଗୁଟଖା ଖାଇବାକୁ ମନା କରିବାରୁ ଆତ୍ମହତ୍ୟା; ସାଇଣ୍ଟିଫିକି ଟିମ୍ ଓ ପୁଲିସର ତଦନ୍ତ ଜାରି
  • ||

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ମୁଣ୍ଡ କାଟି ଘରକୁ ନେଇ ଆସିଲା ଜହ୍ଲାଦ ସ୍ଵାମୀ

ପାରଳାଖେମୁଣ୍ଡି, ୨୫/୦୫ : ସ୍ତ୍ରୀର ମୁଣ୍ଡ କାଟି ଘରକୁ ନେଇ ଆସିଲା ଜହ୍ଲାଦ ସ୍ଵାମୀ। ଗଜପତି ଜିଲ୍ଲା କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମରେ ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି। କାଶୀନଗର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଵାୀକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁସାରେ, କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ଚନ୍ଦ୍ରଶେଖର କାର୍ଯି ଓ ତାଙ୍କ ସ୍ତ୍ରୀ ଉର୍ମିଳା କାର୍ଯି ଗୁରୁବାର ସକାଳେ ବଗଡକୁ ଚାଷ କରିବା ପାଇଁ ଯାଇଥିଲେ। ଏତିକି ବେଳେ ସେମାନଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ପରବର୍ତ୍ତୀ ସମୟରେ ଏହା ଉଗ୍ରରୂପ ନେଇଥିଲା। ଫଳରେ ଉତକ୍ଷିପ୍ତ ସ୍ଵାମୀ ଚନ୍ଦ୍ରଶେଖର ଧରିଥିବା କଟୁରୀରେ ସ୍ତ୍ରୀ ଉର୍ମିଳା ମୁଣ୍ଡକୁ ଗଣ୍ଡିରୁ ଅଲଗା କରିଦେଇଥିଲା। ଏହାପରେ ଘଟଣାସ୍ଥଳରେ ଗଣ୍ଡିକୁ ଛାଡ଼ିଦେଇ କଟା ମୁଣ୍ଡକୁ ସାଙ୍ଗରେ ଧରି ଚନ୍ଦ୍ରଶେଖର ଘରକୁ ଆସିଥିଲା। ଖବର ପାଇ କାଶୀନଗର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାରୀ ସ୍ଵାମୀକୁ ଅଟକ ରଖି ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ସୁଶାନ୍ତ ସାହୁ କହିଛନ୍ତି। ଚନ୍ଦ୍ରଶେଖର ଏବଂ ଉର୍ମିଳାଙ୍କ ବିବାହ ୪ ବର୍ଷ ହେଲା ହୋଇଥିଲେ ମଧ୍ୟ ପାରିବାରିକ କଳହ ଲାଗି ରହିଥିଲା। ଯାହାର କରୁଣ ପରିଣତି ଆଜି ଦେଖିବାକୁ ମିଳିଛି।