ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ହାତ ଛାଡ଼ିଲେ ଗଣେଶ୍ଵର ବେହେରା, ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ଭୁବନେଶ୍ଵର, ୦୨/୦୪ : ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟ୍‌କା। ଧୀରେ ଧୀରେ ହାତ ଛାଡ଼ୁଛନ୍ତି ହେଭିୱେଟ୍। ପ୍ରଥମେ ଚିରଞ୍ଜୀବ ବିଶ୍ୱାଳ ଆଉ ଏବେ କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଗଣେଶ୍ଵର ବେହେରା। ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି।

ସୂଚନା ଅନୁଯାୟୀ, କଂଗ୍ରେସର ଜଣେ ଟାଣୁଆ ନେତା ଭାବେ ବେଶ୍ ଜଣାଶୁଣା ଥିଲେ ଗଣେଶ୍ୱର ବେହେରା । ଦକ୍ଷ ନେତା ସାଙ୍ଗକୁ ଦୃଢ ସଂଗଠକ ଭାବେ କାର୍ଯ୍ୟ କରୁଥିଲେ ଗଣେଶ୍ୱର ବେହେରା । ୧୯୮୫ ମସିହାରେ ପଟ୍ଟାମୁଣ୍ଡାଇ ଆସନରୁ ପ୍ରଥମ ଥର ବିଧାୟକ ଭାବେ ଓଡିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିରୋଧୀ ପ୍ରାର୍ଥୀ ରବିନ୍ଦ୍ର କୁମାର ବେହେରାଙ୍କୁ ପଟ୍ଟାମୁଣ୍ଡାଇ ଆସନରୁ ପରାଜିତ କରିଥିଲେ । ଏହାପରେ ୧୯୯୦ରେ ବିକ୍ରମ କେଶରୀ ଦେଓଙ୍କ ଠାରୁ ଜୁନାଗଡ଼ ଆସନରୁ ପରାସ୍ତ ହୋଇଥିଲେ । ହେଲେ ୧୯୯୫ରେ ପଟ୍ଟାମୁଣ୍ଡାଇ ଆସନରୁ ପୁଣି ଥରେ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିରୋଧୀ ସିପ୍ରା ମଲ୍ଲିକଙ୍କୁ ପରାସ୍ତ କରିଥିଲେ ଗଣେଶ୍ୱର । ଏହାପରେ ୨୦୦୦, ୨୦୦୪, ୨୦୦୯, ୨୦୧୯ରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ପରାସ୍ତ ହୋଇଥିଲେ ଗଣେଶ୍ୱର ବେହେରା ।

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.