ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଏସଟିଏଫ୍‌ ଭୟରେ ବ୍ରିଜ୍‌ରୁ ଡେଇଁ ପଡ଼ିଲେ ଗଞ୍ଜେଇ ମାଫିଆ, ଚାଲିଗଲା ଜୀବନ

Published By : Prameya | March 26, 2025 8:23 AM

ବଲାଙ୍ଗିର/ବୁର୍ଲା, ୨୬/୦୩ : ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ପଞ୍ଝାରୁ ବର୍ତ୍ତିବାକୁ ବ୍ରିଜ୍‌ ଉପରୁ ତଳକୁ ଡେଇଁପଡ଼ିଲା । ଭାଙ୍ଗିଗଲା ଗୋଡ଼ହାତ । ମୁଣ୍ଡରେ ଲାଗିଲା ଗଭୀର ଆଘାତ । ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ । ସୋନପୁର ଜିଲ୍ଲା ଖାରୀ ନଦୀ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ଛତିଶଗଡ଼ ରାଜ୍ୟ ବିଳାସପୁର ଅଞ୍ଚଳର ଶୁଭମ ଯାଦବ ଓରଫ୍‌ ଦିଲ୍ଲୀପ (୩୦ ବର୍ଷ) । ଅନ୍ୟତମ ସହଯୋଗୀକୁ ପୁଲିସ୍‌ କାବୁ କରିଛି । ଚାଲାଣ ହେଉଥିବା ଗଞ୍ଜେଇ ଭର୍ତ୍ତି ଗାଡ଼ିକୁ ଜବତ କରାଯାଇଛି । 

ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅଞ୍ଚଳରୁ ଛତିଶଗଡ଼କୁ ଏକ ଗାଡ଼ିରେ ବିପୁଳ ପରିମାଣର ଗଞ୍ଜେଇ ଚୋରାଚାଲାଣ ହେଉଥିବା ସୂଚନା ପାଇଥିଲା ଏସ୍‌ଟିଏଫ୍‌। ଗାଡ଼ିକୁ ଧରିବାକୁ ପିଛା କରିଥିଲେ ବିଭାଗୀୟ କର୍ମଚାରୀ । ଏହି ସମୟରେ ଗଞ୍ଜେଇ ମାଫିଆ ଦିଲ୍ଲୀପ ଗାଡ଼ି ଛାଡ଼ି ଖାରୀ ନଦୀ ବ୍ରିଜ୍‌ରୁ ତଳକୁ ଡେଇଁ ପଡ଼ିଥିଲା । ନଦୀରେ ପାଣି ନ ଥିବାରୁ ତା’ର ଗୋଡ଼ହାତ ଭାଙ୍ଗି ଯାଇଥିଲା । ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ମୁମୁର୍ଷୁ ଅବସ୍ଥାରେ ତାକୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ବଲାଙ୍ଗିର ପରେ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଦିଲ୍ଲୀପର ମୃତ୍ୟୁ ହୋଇଯାଇଥିଲା । ରାତିରେ ମୃତକଙ୍କ ପରିବାର ସଦସ୍ୟ ହସ୍ପିଟାଲରେ ପହଞ୍ଚିଥିଲେ । ବୁଧବାର ମୃତଦେହ ବ୍ୟବଚ୍ଛେଦ ପରେ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି ।

ଏହି ଖବରଟିକୁ ପଢନ୍ତୁ-୧୨ କଂଗ୍ରେସ ବିଧାୟକଙ୍କୁ ନିଲମ୍ବନ ଘଟଣା: ଗାନ୍ଧି ମାର୍ଗରେ ଯୁବ କଂଗ୍ରେସର ପ୍ରତିବାଦ, ୨୭ରେ ଘେରିବେ ବିଧାନସଭା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.