ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ

ବେତନଟୀ, ୦୭/୦୯ : ଗୁରୁବାର ବଡ଼ସାହି ଥାନା ଅଧୀନ କୋଲକୋଠା ଗ୍ରାମରେ ଅବକାରୀ ବିଭାଗର ଚଢାଉ। ବିପୁଳ ପରିମାଣର ଗଞ୍ଜେଇ ଜବତ। ବେଆଇନ କାରବାରରେ ସମ୍ପୃକ୍ତ ଗଞ୍ଜେଇ ବେପାରୀ ଗିରଫl ଗିରଫ ଅଭିଯୁକ୍ତ ଜଣକ ହେଉଛି କୋଲକୋଠା ଗ୍ରାମର ରବୀନ୍ଦ୍ର ମହାଳିକଙ୍କ ପୁଅ ବାପି ଓରଫ କ୍ଷୀରୋଦ କୁମାର ମହାଳିକ l 

ସୂଚନା ମୁତାବକ, କ୍ଷୀରୋଦ ଗଞ୍ଜେଇ ଚୋରାଚାଲାଣ ଓ ବ୍ୟବସାୟକୁ ନେଇ ମୟୁରଭଞ୍ଜ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଶାନ୍ତ କୁମାର କହଁର ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେତନଟୀ ଅବକାରୀ ଥାନାକୁ ଚଢ଼ାଉ ପାଇଁ ନିର୍ଦ୍ଦେଶ ଦେଇଥିଲେ l ବେତନଟୀ ଅବକାରୀ ଥାନା ଅଧିକାରୀ ନିରଞ୍ଜନ ସାହୁ, ଏଏସଆଇ ସୁଧାଂଶୁ ବେହେରାଙ୍କ ସମେତ ପ୍ରକାଶ ଦେବତା, ଦୀପିକା ପରିଡା, କାଶୀନାଥ ସୋରେନ ପ୍ରମୁଖ ସଦଳବେଳେ ଚଢ଼ାଉ କରି ଅଭିଯୁକ୍ତ ନିକଟରୁ ୭ କିଲୋଗ୍ରାମ ଓଜନର ଗଞ୍ଜେଇ ଜବତ କରିବା ସହିତ ଅଭିଯୁକ୍ତକୁ ଗିରଫ କରିଛନ୍ତି l କ୍ଷୀରୋଦ ଗଞ୍ଜେଇ କିଭଳି ଏବଂ କେଉଁଠାରୁ ଆଣୁଥିଲା ଏବଂ ସେ କେବଳ ନିଜେ ବ୍ୟବସାୟ କରୁଥିଲା ନା ଆଉ କିଏ ନିଶା ବ୍ୟବସାୟୀଙ୍କୁ ଗଞ୍ଜେଇ ଚାଲାଣ କରୁଥିଲା ସେନେଇ ତଦନ୍ତ ଜାରି ରଖିଛି ଅବକାରୀ ବିଭାଗ l

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.