PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର

ଲମତାପୁଟ, ୨୫/୦୯ : କାର୍‌ରୁ ୮ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଗାଡି ଛାଡି ମାଫିଆ ଫେରାର୍। ଲମତାପୁଟ ପୋଲିସ ରାତିରେ ପାଟ୍ରୋଲିଂ କରିବା ସମୟରେ ଏକ ନମ୍ବର ବିହୀନ କାର୍ ଖରାପ ହୋଇ ବାଡ଼ପଡା ଗ୍ରାମ ନିକଟ ମୁଖ୍ୟ ରାସ୍ତାରେ ଅଟକି ରହିଥିଲା। ପୋଲିସ ସନ୍ଦେହ କରି କାର ନିକଟରେ ପ୍ରାୟ ଚାରି ଘଣ୍ଟା ଅପେକ୍ଷା କରିଥିଲା କିନ୍ତୁ କେହି ନଆସିବାରୁ କାର୍‌ଟିକୁ ଫାଣ୍ଡି ନିକଟକୁ ଆଣିଥିଲା। ସ୍ଥାନୀୟ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ କାର୍‌ଟିକୁ ଯାଞ୍ଚ୍ କରିବାରୁ ଏହା ଭିତରୁ ୩ ବସ୍ତା ଗଞ୍ଜେଇ ଜବତ ହୋଇଥିଲା।

କାର୍‌ରେ ପ୍ରାୟ ୮୦ କେ.ଜିର ଗଞ୍ଜେଇ ମିଳିଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୮ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି। ମାଛକୁଣ୍ଡ ପୋଲିସ ଚଳିତ ବର୍ଷ ଜାନୁଆରୀ ମାସ ଠାରୁ ଆଜି ପର୍ଯ୍ୟନ୍ତ ୨୨ଟି ଗଞ୍ଜେଇ ଚାଲଣ ମାମଲା ରୁଜୁ କରିଥିବା ବେଳେ ୪୦ ଜଣଙ୍କୁ ଗିରଫ କରିଛି । ଏହା ସହ ୧୧ ଟନରୁ ଉର୍ଦ୍ଧ୍ଵ ଗଞ୍ଜେଇ ଜବତ କରିଛି। ଚୋରା ଚାଲଣରେ ବ୍ୟବହୃତ ହୋଇଥିବା ୧୨ଟି ଗାଡି ମଧ୍ୟ ଜବତ କରିଛି ମାଛକୁଣ୍ଡ ପୋଲିସ।