ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

କାର ସହ ୩୨ କେଜି ଗଞ୍ଜେଇ ଜବତ,୨ ଅଭିଯୁକ୍ତ ଗିରଫ…

Published By : Prameya | May 21, 2025 7:17 PM

ଗୁଡଭେଲା୨୧l୫ : ତୁଷୁରା ଅବକାରୀ ବିଭାଗ ପକ୍ଷରୁ ତୁଷୁରା ଖଇରଗୁଡ଼ା ରାସ୍ତାରେ ଚଢାଉ କରି ଗୋଟିଏ ଚାରି ଚକିଆ ଗାଡିରୁ ୩୨ କେଜି ଗଞ୍ଜେଇ ଜବତ କରିବା ସହ ୨ ଜଣକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ବଲାଙ୍ଗୀର ଟାଉନ ଥାନା ଅନ୍ତର୍ଗତ ରାଧାରାଣୀ ପଡାର ଉମାକାନ୍ତ ସେଠ ଓ କଂସାରି ପଡାର ରତନ ସିଂ। 

ପ୍ରକାଶ ଯେ,ତୁଷୁରା ଅବକାରୀ ବିଭାଗ ଖଇରଗୁଡା ରାସ୍ତା ଦେଇ ଏକ କାରରେ ବ୍ୟାପକ ଭାବେ ଗଞେଇ ଚାଲଣ ହେଉଥିବା ଖବର ପାଇଥିଲା। ସେଥିପାଇଁ ପୂର୍ବରୁ ହିଁ  ଛକି ବସିଥିଲା ଏବଂ କାରକୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ଗାଡି ଡିକିରେ ବିପୁଳ ପରିମାଣରେ ଗଞେଇ ଭର୍ତି ଥିବା ଦେଖିବାକୁ ପାଇଥିଲା। ଏନେଇ ଅବକାରୀ ବିଭାଗ ଏକ ମାମଲା ରୁଜୁ କରି ଉକ୍ତ କାରକୁ ଜବତ କରିବା ସହ ଗଂଜେଇକୁ ଜବତ କରିଥିଲା। ଗଞେଇର ଆନୁମାନିକ ମୂଲ୍ୟ ୩ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ତେବେ ଏନେଇ ଗିରଫ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯିବା ସହ ଜାମିନ ନାମଞୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଅବକାରୀ ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏହି ଚଢାଉରେ ଏଏସ ଆଇ ପୃଥିବୀରାଜ କୁଅଁର, କନଷ୍ଟେବଳ ବିଭୁତି ଭୁଷଣ ଭୋଇ, ଭୋଜରାଜ ବଢେଇ, ସୋନେଲି ପ୍ରଧାନ ଆଦି ସାମିଲ ଥିଲେ। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.