ପ୍ରମୂଖ ଖବର
  • ମୟୂରଭଞ୍ଜ : କପ୍ତିପଦା ବଜାରରୁ ଯୁବତୀ ଅପହରଣ ଘଟଣା; ଅପରାଧୀଙ୍କ ଟେର୍ ପାଉନି ପୁଲିସ
  • ||
  • କେନ୍ଦୁଝର : ବଜ୍ରପାତରେ ଜଣେ ମୃତ, ୨ ସାଙ୍ଗ ଗୁରୁତର
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; କିଲର ଥର୍ ଜବତ, ମାଲିକ ଫେରାର, ମିଳୁନି ସ୍କର୍ପିଓ
  • ||
  • ବଲାଙ୍ଗୀର : କୁକୁର କାମୁଡ଼ାରେ ୨ ଜଣଙ୍କ ମୃତ୍ୟୁ, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
  • ||
  • ଛତ୍ରପୁର : ଲୁଣି ପାଣି ହେବ ପାନୀୟ ଯୋଗ୍ୟ, ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ
  • ||
  • ଏମ୍ସରେ ଆଖି ବୁଜିଲେ ନର୍ସିଂ ଛାତ୍ରୀ, ଆଜି ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ କରାଯିବ ହସ୍ତାନ୍ତର
  • ||
  • କଟକ ବିଡ଼ାନାସୀରେ ଅଘଟଣ, ପୂର୍ବ ଶତ୍ରୁତାରୁ ଦମ୍ପତିଙ୍କୁ ଛୁରାମାଡ଼
  • ||
  • କୋରାପୁଟରେ ନୂତନ ମେଡିକାଲ କଲେଜ କୋଠାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ଆୟୁଷ୍ମାନ କାର୍ଡ
  • ||
  • ଆସନ୍ତା ୧୩ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ, ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ
  • ||
  • ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ, ୧୯ଟି ଇଭେଣ୍ଟରେ ୧୭ ଦେଶର ୨୨୫ ପ୍ରତିଯୋଗୀ କରିବେ ଅଂଶଗ୍ରହଣ
  • ||
  • ଆସୁଛି ଆଉ ଏକ ଲଘୁଚାପ: ୧୨ରୁ ବଢ଼ିପlରେ ବର୍ଷା ,୯ ଜିଲ୍ଲାରେ ନିିଅଣ୍ଟିଆ ବର୍ଷା ଭରଣା ଆଶା
  • ||

ଗଞ୍ଜାମ ହେଉଛି କଳା, ଦକ୍ଷତା ଏବଂ ପରିଶ୍ରମୀ ଲୋକଙ୍କ ସହର : ଧର୍ମେନ୍ଦ୍ର ପ୍ରଧାନ

Published By : Suraj Kumar | August 10, 2025 5:23 PM

ଛତ୍ରପୁର, ୧୦।୮ –  ଅପାର ସମ୍ଭାବନାର ଅଞ୍ଚଳ ଗଞ୍ଜାମ ହେଉଛି କଳା, ଦକ୍ଷତା ଏବଂ ପରିଶ୍ରମୀ ଲୋକଙ୍କ ସହର । ଗଞ୍ଜାମ ଜିଲ୍ଲାର ବିକାଶ ନ ହେଲେ ବିକଶିତ ଓଡ଼ିଶାର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ । ଗଞ୍ଜାମର ବ୍ୟବସାୟିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆମକୁ ଯୋଜନା କରିବାକୁ ପଡ଼ିବ । ଗଞ୍ଜାମର ମାନବସମ୍ବଳକୁ ଉପଯୋଗ କରି ଅଧିକରୁ ଅଧିକ ରୋଜଗାର ସୃଷ୍ଟି କରିବା ପାଇଁ ଆମକୁ ଦାୟିତ୍ୱ ନେବାକୁ ହେବ । ରବିବାର ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଆୟୋଜିତ ‘ଗରିବ କଲ୍ୟାଣ ଓ ବିକାଶ ସମାବେଶ’ରେ ଯୋଗଦେଇ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

 ଶ୍ରୀ ପ୍ରଧାନ କହିଛନ୍ତି ଯେ ଅପାର ସମ୍ଭାବନାର ଅଞ୍ଚଳ ଗଞ୍ଜାମ ହେଉଛି କଳା, ଦକ୍ଷତା ଏବଂ ପରିଶ୍ରମୀ ଲୋକଙ୍କ ସହର । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୂଳଦୁଆ ପଡ଼ିଥିଲା କଟକର ଇଦଗା ପଡ଼ିଆରେ । ତେବେ ଏହା ପୂର୍ବରୁ ଖଲ୍ଲିକୋଟ ରାଜା ହରିହର ମର୍ଦ୍ଦରାଜଙ୍କ ଉଦ୍ୟମରେ ରମ୍ଭା ରାଜ ପ୍ରସାଦରେ ପ୍ରଥମ ରମ୍ଭା ସମ୍ମିଳନୀ ଆୟୋଜିତ ହୋଇଥିଲା । ଏଥିରେ ଓଡ଼ିଆଙ୍କ ସ୍ୱାର୍ଥରକ୍ଷା ନିମନ୍ତେ ଆନୁଷ୍ଠାନିକ ସମିତି ଗଠନ ଲାଗି ପ୍ରସ୍ତାବ ଦିଆଯାଇଥିଲା । ଗଞ୍ଜାମର ଲୋକମାନେ ଅଧିକ ଦକ୍ଷ, ଯେଉଁମାନେ ଗୁଜୁରାଟ, ସୁରଟ ସମେତ ବାହାର ରାଜ୍ୟରେ କାମ କରି ସେଠାକାର ଅର୍ଥନୀତିକୁ ବଢାଉଛନ୍ତି । ଦୁଃଖର ବିଷୟ, ଏହି ଜିଲ୍ଲାରୁ ଲମ୍ବା ସମୟ ଧରି ପ୍ରତିନିଧିତ୍ୱ କରୁଥିବା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶାସନରେ ଗଞ୍ଜାମ ଯେଉଁଠି ପହଞ୍ଚିବା କଥା, ସେଇଠି ପହଞ୍ଚିପାରିନାହିଁ । ପ୍ରତ୍ୟେକ ଘରୁ ଯୁବକମାନେ ନିଜ ମାଆ ଭଉଣୀଙ୍କୁ ଛାଡି, ଭିଟାମାଟିକୁ ତ୍ୟାଗ ଦେଇ ରୋଜଗାର ଆଶାରେ ବାହାରକୁ ଯାଉଛନ୍ତି । ଏହା ହେଉଛି ମୂଳ ପ୍ରଶ୍ନ । ବିନା ଗଞ୍ଜାମ ଜିଲ୍ଲାର ବିକାଶରେ ବିକଶିତ ଓଡ଼ିଶା ହୋଇପାରିବ ନାହିଁ । ଗଞ୍ଜାମର ବ୍ୟବସାୟିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆମକୁ ଯୋଜନା କରିବାକୁ ପଡ଼ିବ । ଆମର ଦାୟିତ୍ୱ ଏହି ଅଞ୍ଚଳରେ ଅଧିକ ରୋଜଗାର ସୃଷ୍ଟି କରିବା । ଏଠାକାର ଶିକ୍ଷା, ଦକ୍ଷତାକୁ ଆଗକୁ ନେବାକୁ ହେବ । 

 ଶ୍ରୀ ପ୍ରଧାନ ଆହୁରି କହିଛନ୍ତି,  ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଳ୍ପନା କାରଣରୁ ଏଠାରେ ବିଜ୍ଞାନ ଶିକ୍ଷାରେ ଆଗକୁ ନେବା ପାଇଁ ୧୧୦୦ କୋଟି ଟଙ୍କା ବ୍ୟୟରେ ଆଇଜର, ବ୍ରହ୍ମପୁର ପରି ବିଶ୍ୱସ୍ତରୀୟ ଅନୁଷ୍ଠାନ ସ୍ଥାପନା ହୋଇଛି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ସହ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଡବଲ ଇଞ୍ଜିନ ସରକାର ପ୍ରାୟ ୨୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି । IREL (ଇଣ୍ଡିଆ) ଲିମିଟେଡ୍ ଦ୍ୱାରା ଅତ୍ୟାଧୁନିକ ଟେକ୍ନୋଲୋଜି ସାହାଯ୍ୟରେ ପାନୀୟ ଜଳର ଅଭାବକୁ ଦୂର କରିବା ପାଇଁ ଲୁଣ ପାଣିକୁ ମଧୁର ଜଳରେ ପରିଣତ କରିବା ଦିଗରେ ଅଭିନବ ପଦକ୍ଷେପ ନିଆଯାଇଛି । ଏମକେସିଜି ମେଡିକାଲ କଲେଜ, ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ, କଲେଜ ଅଫ୍ ଆର୍ଟ ଆଣ୍ଡ୍ କ୍ରାଫ୍ଟସ୍, ଖଲ୍ଲିକୋଟ, ଆର୍ମି ଡିଫେନ୍ସ କଲେଜ, କଲେଜ ଅଫ ଫିସରିଜର ଉନ୍ନତି କରି ଗଞ୍ଜାମର ମାନବସମ୍ବଳକୁ ଉପଯୋଗ କରିବା । ଆଗାମୀ ଦିନରେ ଗଞ୍ଜାମ ଜିଲ୍ଲାରେ ଛୋଟ ଉଦ୍ୟୋଗ ବା ଏମଏସଏମଇ କ୍ଷେତ୍ରରେ ଯେଉଁମାନେ ନିବେଶ କରିବେ, ସେଥିପାଇଁ ବାହାର ରାଜ୍ୟରେ ରୋଡ୍ ସୋ ହେବ । ଏହି ସମସାମୟିକ ସ୍ଥିତିରେ ଆମର ଯୁବପିଢିମାନେ ଲକ୍ଷ୍ୟ ରଖିବା ଉଚିତ୍, କେବଳ ରୋଜଗାର କରିବା ନାହିଁ ବରଂ ରୋଜଗାର ଦେବା ପାଇଁ ଚେଷ୍ଟା କରିବା । ବୁଣାକାରମାନଙ୍କ ବ୍ୟବସାୟକୁ ବଢାଇବା ସହ ହସ୍ତତନ୍ତ ପୋଷାକର ପୁନଃ ପରିଚୟ ଦେବାକୁ ଦାୟିତ୍ୱ ନେବାକୁ ହେବ ।

ଡବଲ ଇଞ୍ଜିନ ସରକାରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ବ୍ୟକ୍ତିକୁ ଘର ଦିଆଯାଉଛି । ଓଡ଼ିଶାର ଚାଷୀମାନଙ୍କର ହିତ ପାଇଁ କ୍ୱିଣ୍ଟାଲ ପିଛା କେନ୍ଦ୍ର ସରକାରଙ୍କ ଧାନର ଏମଏସପି ୨୩୦୦ ଟଙ୍କା ଉପରେ ଅଧିକ ୮୦୦ ଟଙ୍କାର ଇନ୍‌ପୁଟ୍ ସହାୟତା ରାଶି ତଥା ସମୁଦାୟ ୩୧୦୦ ଟଙ୍କା ପ୍ରଦାନ କରୁଛନ୍ତି । ଚାଷୀଙ୍କ କଲ୍ୟାଣ ନିମନ୍ତେ ପଶୁପାଳନ ଓ ଦୁଗ୍ଧ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ସବସିଡି ପ୍ରଦାନ କରାଯାଉଛି । ସୁଭଦ୍ରା ଯୋଜନାରେ ମାଆ ଭଉଣୀମାନଙ୍କୁ ଆର୍ଥିକ ସହାୟତା ଦେଇ ଆତ୍ମନିର୍ଭର କରାଯାଉଛି । ନୂଆ ରାସନ୍ କାର୍ଡ, ପିଏମ ସୂର୍ଯ୍ୟ ଘର ଯୋଜନାରେ ସୋଲାର ପ୍ୟାନେଲ,  ପ୍ରତି ଘରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଉଛି ।  ଶହୀଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାରେ ଜନଜାତି ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହନ ରାଶି, ପିଏମ ଶ୍ରୀ ଯୋଜନାରେ ପ୍ରତି ସ୍କୁଲର ବିକାଶ କରାଇବାର ଦାୟିତ୍ୱ ଡବଲ ଇଞ୍ଜିନ ସରକାର ନେଇଛନ୍ତି । ସାମାଜିକ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ ତଥା ଏସଇବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖାରେ ଉଚ୍ଚ ଶିକ୍ଷା ଓ ଉଚ୍ଚ ମାଧ୍ୟମିକ ଶିକ୍ଷା କ୍ଷେତ୍ରରେ ୧୧.୨୫% ଆସନ ସଂରକ୍ଷଣ ପ୍ରଦାନ କରାଯାଇଛି । ଗଞ୍ଜାମରେ ସଡ଼କ, ରେଳ, ବନ୍ଦର ଏବଂ ଶିଳ୍ପ ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି । ଗଞ୍ଜାମ, ଗୋପାଳପୁର, ବ୍ରହ୍ମପୁରକୁ ବ୍ୟବସାୟ ଓ ପର୍ଯ୍ୟଟନ ଭିତ୍ତିକ ଅର୍ଥନୀତିରେ ପରିଣତ କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ ମତପ୍ରକାଶ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ, ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ ଓ ଅଞ୍ଚଳର ବିଧାୟକମାନେ ଯୋଗଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.