ଗଞ୍ଜାମ ଜିଲ୍ଲା ପୋଲିସ ପକ୍ଷରୁ ଗୃହରକ୍ଷୀ ବାହିନୀର ୬୦ତମ ପ୍ରତିଷ୍ଠା ଦିବସ ପାଳିତ

ଛତ୍ରପୁର, ୦୬/୧୨ : ଗଞ୍ଜାମ ଜିଲ୍ଲା ପୋଲିସ ପକ୍ଷରୁ ଛତ୍ରପୁର ପୋଲିସ ପଡିଆ ଠାରେ ଗୃହରକ୍ଷୀ ବାହିନୀର ୬୦ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ଜିଲ୍ଲା ଗୃହ ବାହିନୀ ସଂସ୍ଥା ପକ୍ଷରୁ ଏହି କାର୍ଯ୍ୟକ୍ରମ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅନୁଷ୍ଠିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ନିଷ୍ଠାପର କାର୍ଯ୍ୟ ହିଁ ଜନସାଧାରଣଙ୍କ ଆସ୍ଥା ଭାଜନ ହୋଇପାରିବ ବୋଲି ଏସପି ମତବ୍ୟକ୍ତ କରିଥିଲେ।
ଗୃହରକ୍ଷୀମାନେ ପ୍ରାକୃତିକ ବିପର୍ଯ୍ୟୟ ଯଥା ବନ୍ୟା, ବାତ୍ୟା, ମରୁଡି ଠାରୁ ଆରମ୍ଭ କରି ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଭଳି ସବୁ କ୍ଷେତ୍ରରେ ଉଲ୍ଲେଖନୀୟ କର୍ତ୍ତବ୍ୟ ପାଇଁ ସମ୍ବର୍ଦ୍ଧନା ଦିଆଯାଇଥିଲା l ବିଭିନ୍ନ ସମୟରେ ଗୃହରକ୍ଷୀମାନେ ନିଜ ଜୀବନକୁ ପାଣି ଛଡାଇ ଜନସାଧାରଣଙ୍କ ସେବା କରିଆସିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ନିକଟରୁ ଆସିଥିବା ସନ୍ଦେଶ ବାର୍ତ୍ତା ଏସପି ପାଠ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଗଞ୍ଜାମ ପୋଲିସର ୫୧ଜଣ ଗୃହରକ୍ଷୀଙ୍କୁ ସମ୍ମାନିତ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଜୟ କୁମାର ମଲ୍ଲିକ, ପି. କେ. ଦଳାଇ, ଡିଏସପି ଅଜୟ ମିଶ୍ର, ଶ୍ରାବଣୀ ନାୟକ, ମମତା ନାୟକ, ସୁଜିତ ନାୟକ, ଅଜୟ ମିଶ୍ର, ଛତ୍ରପୁର ଏସଡିପିଓ ଗୌତମ କିଷାନ, ଆସିଷ୍ଟାଂଟ କମାଣ୍ଡାଣ୍ଟ ମାନସ ରଞ୍ଜନ ମହାନ୍ତି, ଛତ୍ରପୁର ଥାନା ଅଧିକାରୀ ସତ୍ୟ ରଞ୍ଜନ ପ୍ରଧାନ, ଏ ରାବଣା ରାଓ, ଗଞ୍ଜାମ ଜିଲ୍ଲା ପୋଲିସ ହାବିଲଦାର ଓ କନଷ୍ଟେବଳ ସଙ୍ଘର ସଭାପତି ଅଭିମନ୍ୟୁ ଜାଲି, ସମ୍ପାଦକ ସୁବାସ ସେଠୀ, କୋଷାଧକ୍ଷ ନରେନ୍ଦ୍ର ସାହୁଙ୍କ ସମେତ ପୁଲିସ ଅଧିକାରୀ ଓ ଗୃହରକ୍ଷୀ ବାହିନୀମାନେ ଉପସ୍ଥିତ ଥିଲେ । ଏସ୍. ପର୍ଶୁରାମ ରେଡ୍ଡୀ ପରେଡ ପରିଚାଳନା କରିଥିଲେ।