ପ୍ରମୂଖ ଖବର
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ

Published By : Rasmita Pradhan | August 26, 2025 11:43 AM

ଟାଙ୍ଗୀ, ୨୬/୦୮ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର। ହୁତୁହୁତୁ ହୋଇ ଜଳିଗଲା ଘର। ଗୋଟିଏ କି ଦୁଇଟି ନୁହେଁ ସର୍ବସ୍ଵାନ୍ତ ହୋଇଗଲେ ୬ଟି ପରିବାର। ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ନିକଟସ୍ଥ ଉଜଳା-ଗୋପୀନାଥପୁର ଗାଁରେ ସୋମବାର ସନ୍ଧ୍ୟା ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। କୌଣସି ଜୀବନ ହାନୀ ହୋଇନଥିବା ସୂଚନା ମିଳିଛି। 

ସୂଚନାନୁଯାୟୀ, ଟାଙ୍ଗୀ ନିକଟସ୍ଥ ଉଜଳା-ଗୋପୀନାଥପୁର ଗାଁର ଶଙ୍କର ପରିଡାଙ୍କ ଘରେ ଗତକାଲି ସନ୍ଧ୍ୟାରେ ରୋଷେଇ ହେଉଥିବା ବେଳେ ଗ୍ୟାସ୍ ସିଲିଣ୍ଡର ଫାଟି ଯାଇଥିଲା। ଦେଖୁ ଦେଖୁ ଘର ସାରା ନିଆଁ ବ୍ୟାପି ଯାଇଥିଲା। ପରେ ଆଖପାଖରେ ଥିବା ୬ ଜଣଙ୍କ ଘରେ ନିଆଁ ଲାଗିଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ସେତେବେଳକୁ ସବୁକିଛି ଜଳିପୋଡ଼ି ଛାରଖାର ହୋଇ ଯାଇଥିଲା। ଏହି ଅଗ୍ନିକାଣ୍ଡରେ ଶଙ୍କର ପରିଡ଼ା, ସୁରେନ୍ଦ୍ର ପରିଡ଼ା, ତ୍ରିନାଥ ପରିଡ଼ା, ପାଲୁ ପରିଡ଼ା, କେଶବ ସାହୁ, ଚେମା ସାହୁ, ବାଉରୀବନ୍ଧୁ ସାହୁଙ୍କର ଘର ଜଳିପୋଡି ପାଉଁଶ ହୋଇଯାଇଛି।ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ଗ୍ୟାସ୍ ଟାଙ୍କି ଫାଟିବା ସମୟରେ ରୋଷେଇ ଘରେ କେହି ନଥିଲେ, ସେଥିପାଇଁ କୌଣସି ଜୀବନ ହାନୀ ହୋଇନାହିଁ। ଆକସ୍ମିକ ଓ ଅସାବଧାନତା ଯୋଗୁଁ ଏପରି ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.