PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ବିଜେପିରେ ଯୋଗ ଦେଲେ ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର

ନୂଆଦିଲ୍ଲୀ ୨୨।୩ : ପୂର୍ବତନ କ୍ରିକେଟର ତଥା ଭାରତୀୟ ଦଳର ପୂର୍ବତନ ଓପନର ଗୌତମ ଗମ୍ଭୀର ବିଜେପିରେ ଯୋଗ ଦେଇଛନ୍ତି । ଆଜି ଦିଲ୍ଲୀରେ ଥିବା ଦଳ ମୁଖ୍ୟାଳୟରେ ଏକ ସ୍ୱତନ୍ତ୍ର ସମାରୋହରେ ସେ ଦଳରେ ଯୋଗ ଦେଇଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀ ଓ ରବି ଶଙ୍କର ପ୍ରସାଦ ଉପସ୍ଥିତ ଥିଲେ ।

ଏହି ଅବସରରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଏପନିଂ ବ୍ୟାଟ୍ସମ୍ୟାନ ଗମ୍ଭୀର କହିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ଦଳରେ ଯୋଗ ଦେଇଛନ୍ତି । ତାଙ୍କୁ ବିଜେପି ପକ୍ଷରୁ ଦିଲ୍ଲୀର ଏକ ଲୋକସଭା ଆସନରେ ଛିଡା କରାଯିବାର ସମ୍ଭାବନା ରହିଛି । କେତେକ ଗଣମାଧ୍ୟମ ସୁତ୍ରରୁ ଜଣାପଡିଛି ଯେ ତାଙ୍କୁ ଦଳ ନୂଆଦିଲ୍ଲୀ ଆସନରୁ ଛିଡା କରିବାର ସମ୍ଭାବନା ରହିଛି । ଏହି ଆସନରେ ବିଜେପି ନେତା ମୀନାକ୍ଷୀ ଲେଖି ପ୍ରତିନିଧିତ୍ୱ କରୁଛନ୍ତି ।