ମେଷ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ଅପପ୍ରୟୋଗ କରିବେ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ସନ୍ତାନମାନଙ୍କ କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ମିଥୁନ : ତୃତୀୟ ଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପୁତ୍ର, କନ୍ୟା ଓ ଭାତୃ, ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା: ମା’ ଷୋଡ଼ଶୀ ।
କର୍କଟ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୫ ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦପ୍ରମୋଦରେ ଅଧିକ ଧ୍ୟାନ ରହିବ ଏବଂ ପୁତ୍ରକନ୍ୟାଙ୍କର ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମବିଶ୍ୱାସ ଓ ଆତ୍ମତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପମାନ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ଏକାଦଶ ଚନ୍ଦ୍ର, ଏଗାର ତାରିଖ ଓ ଏଗାର ନକ୍ଷତ୍ର ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଘାତବାରର ପ୍ରଭାବ ରହିବ ନାହିଁ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଦଶମ ଚନ୍ଦ୍ର, ଗୁରୁବାର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାମଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ମକର : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଅପବ୍ୟୟ, ଅପଯଶ ଓ ଅପବାଦର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
କୁମ୍ଭ : ଘାତବାର, ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ମୀନ : ଷଷ୍ଠ ଚନ୍ଦ୍ର, ଗୁରୁବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩