ମେଷ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ମା’ବଗଳାମୁଖୀ ।
ବୃଷ : ଶ୍ରୀଚନ୍ଦ୍ର, ବୁଧବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବେ । ନୂତନ ଭୂମିପୂଜା, ଗୃହ ନିର୍ମାଣ ଓ ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ଦ୍ୱାଦଶ ଚନ୍ଦ୍ର, ବୁଧବାର ଦ୍ୱାଦଶୀ ତିଥି ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବହୁତ କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ପରିବାର ସହ କୌଣସି ମାଙ୍ଗଳିକ କାମରେ ଯୋଗଦେବେ ଏବଂ ଆୟର ସତ୍ ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ କମ୍ ରହିବ । କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଏକାଦଶ ଚନ୍ଦ୍ର, ଘାତବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ କମ୍ ରହିବ । ନୂତନ ଭୂମିପୂଜା ଓ ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି । ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଲାଲ୍, ସଂଖ୍ୟା: ୫, ଆରାଧନା : ଭଗବାନ ଶିବ ।
ସିଂହ : ଦଶମ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ଧଳା, ସଂଖ୍ୟା : ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମନୋମାଳିନ୍ୟ କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କର ଉପହାସର ପାତ୍ର ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
ତୁଳା : ଅଷ୍ଟମ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅଷ୍ଟମ ଚନ୍ଦ୍ରର ପ୍ରଭାବ ରହିବ ନାହିଁ । ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଘାତଚନ୍ଦ୍ର ଯୋଗୁ ସ୍ତ୍ରୀହେତୁକ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ କିମ୍ବା ତାଙ୍କ ସହ ମତାନ୍ତର ହୋଇପାରେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା, ମାନ, ସମ୍ମାନ ହାନି ଏବଂ ବହୁବିଧ ସମସ୍ୟା ଉପୁଜିବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ଧନୁ: ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା, ସମୟାନୁବର୍ତ୍ତିତା ଓ ତତ୍ପରତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଲାଭ ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।
ମକର : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବିଦ୍ୟାରେ ବିଫଳତା, ମନରେ ଅସ୍ଥିରତା ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଚତୁର୍ଥ ଚନ୍ଦ୍ର, ବୁଧବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଦୃଢ଼ ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ ଏବଂ ପରିବାରରେ ହସଖୁସିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
ମୀନ : ତୃତୀୟ ଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ନୂତନ କର୍ମ ଆରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହାୟତା ମିଳିବ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩