ପ୍ରମୂଖ ଖବର
  • ଖୋର୍ଦ୍ଧା : ବାଇକ୍‌ ପଛରେ ପିଟିହେଲା ମାଲବାହୀ ଟ୍ରକ୍‌; ମହିଳା ମୃତ, ଜଣେ ଆହତ
  • ||
  • ରଥ ଖଳା ହାଲ୍‌ଚାଲ୍... ରଥତ୍ରୟରେ ଲାଗିଲା ୧୨ ଦୁଆରଘଡ଼ା, କଳସ ଉଠି ଓଲଟ ଶୁଆ ସ୍ଥାପନ
  • ||
  • ୩ ବିଧାୟକଙ୍କୁ ବହିଷ୍କାର କଲା ସମାଜବାଦୀ ପାର୍ଟି, ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ
  • ||
  • ସୁନ୍ଦରଗଡ଼ : ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର
  • ||
  • ଅନବସର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କୁ ଘଣା ଓ ଖଳି ପ୍ରସାଦ ଲାଗି ହେବ
  • ||
  • ସିରିଆର ଏକ ଚର୍ଚ୍ଚରେ ଆତ୍ମଘାତୀ ବିସ୍ଫୋରଣ, ୨୦ ମୃତ
  • ||
  • ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯୁବ ଶକ୍ତି ସମାବେଶରେ ଦେବେ ଯୋଗ
  • ||
  • ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ଯାଏ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ସୁସ୍ଥ ହୋଇଛନ୍ତି ମହାପ୍ରଭୁ, ଆଜି ଶ୍ରୀମନ୍ଦିରରେ ଘଣାଲାଗି ନୀତି

Published By : Rasmita Pradhan | June 23, 2025 9:36 AM

ପୁରୀ, ୨୩/୬ : ଆଜି ଅଣସର ତ୍ରୟୋଦଶୀ। ଅଣସର ଘରେ ଗୋପନ ନୀତି ପରେ ଅସୁସ୍ଥ ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଏ ସମ୍ପର୍କରେ ଗଜପତି ମହାରାଜାଙ୍କୁ ବି ସୂଚନା ଦେଇ ସାରିଛନ୍ତି ସେବକ ବୃନ୍ଦ। ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିବାକୁ ବି ନିବେଦନ କରିଛନ୍ତି। ଆଜି ଶ୍ରୀମନ୍ଦିରରେ ଘଣାଲାଗି ନୀତି ଅନୁଷ୍ଠିତ ହେଉଛି । ଘଣାଲାଗି ନୀତି ଅନୁଯାୟୀ, ମହାପ୍ରଭୁଙ୍କ ଠାରେ ଲାଗି ହୋଇଥିବା ପୁରୁଣା ବାସୁଙ୍ଗା ପାଟକୁ ଖୋଲା ଯାଇ ମା’ ଲକ୍ଷ୍ମୀଙ୍କ ମନ୍ଦିରରେ ପାଟରା ସେବାୟତଙ୍କ ଦ୍ୱାରା ନିର୍ମାଣ ହୋଇଥିବା ନୂଆ ବାସୁଙ୍ଗା ପାଟକୁ ଲାଗି କରାଯିବାର ପରମ୍ପରା ରହିଛି । ଏହା ପରେ ଶ୍ରୀଅଙ୍ଗରେ ଶ୍ରୀମୁଖ ହୋତା ଲାଗି ହେବ। ଗତକାଲି ବିଳମ୍ବିତ ରାତିରୁ ଦଇତାପତି ସେବକମାନେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆଜି ବିଳମ୍ବିତ ରାତି ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତି ଚାଲିବ। ଅନ୍ୟପଟେ ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ବଜ୍ର କରିବା ପାଇଁ ଶୁଦ୍ଧ ସୁଆର ସେବକଙ୍କ ଘରୁ ଦିବ୍ୟ ପ୍ରଲେପ ‘ଖଳି ପ୍ରସାଦ’ ବିଜେ କରିବ। ଏଥିସହ ଖଡ଼ି ପ୍ରସାଦ ଲାଗି ନୀତି ବି ଅନୁଷ୍ଠିତ ହେବ। ଏହା ପରେ ଅସୁସ୍ଥ ମହାପ୍ରଭୁ ନବଯୌବନ ପ୍ରାପ୍ତି ହେବେ। 

ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁସାରେ ମହାପ୍ରଭୁଙ୍କ ଠାରେ ଫୁଲୁରି ତେଲ, ଓଷ ଲାଗି, ଦଶମୂଳ ଲାଗି, ସର୍ବାଙ୍ଗ ଚନ୍ଦନ, ରାଜପ୍ରସାଦ ବିଜେ ପରେ ଖଳିପ୍ରସାଦ ବିଜେ ନୀତି ସମ୍ପନ୍ନ ହେବାର ବିଧି ରହିଛି। ଶୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ (ଖଳି) ରୁପା ପିଂଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି । ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହୋଇଥାଏ । ଏଥି ପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ ଦିଆଯାଇଥାଏ । ଗୋପନୀୟତା ରକ୍ଷାକରି ଦଇତାପତି, ପତି ମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳୀ ଅବଲମ୍ବନରେ ଶ୍ରୀଜିଉଙ୍କୁ ରକ୍ତ ବସ୍ତ୍ର ଆବରଣ ଦେଇଥାଆନ୍ତି । ଏହାପରେ ନବଯୌବନ ପୂର୍ବରୁ ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗରେ ଶେଷ ଦଫାରେ ଖଳି ଲାଗି (ଦିବ୍ୟ ପ୍ରଲେପ) ଦିଆଯାଏ । ଏହି ଖଳିକୁ ଶୁଦ୍ଧ ସୁଆରମାନେ ନିଜ ନିଜ ଘରେ ଶୁଦ୍ଧ ସହକାରେ ପ୍ରସ୍ତୁତ କରିଥାନ୍ତି । ପୂର୍ବ ରାତ୍ରର ସନ୍ଧ୍ୟା ଧୂପ ସରିବା ପରେ ଏହି ଖଳିକୁ ପ୍ରସ୍ତୁତ କରାଯାଇ ଶୁଦ୍ଧ ସୁଆରଙ୍କ ବାସଭବନରେ ଅଧିବାସ କରି ରଖାଯାଇଥାଏ । ଏହି ଖଳି ବିଜେ ପାଇଁ ଶ୍ରୀମନ୍ଦିରରୁ ଘଣ୍ଟ, ଛତା ସହ ଡକାରା ଯାଇଥାଏ ଶୁଦ୍ଧ ସୁଆର ସେବକଙ୍କ ବାସଭବନକୁ । ତିନି ଠାକୁର ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କ ଖଳି ବିଜେରେ ତିନି ଜଣ ସେବାୟତ ଶ୍ରୀମନ୍ଦିର ଯାଇଥାଆନ୍ତି । ବିଜେ କାହାଳି, ବଜୟନ୍ତ୍ରୀ, ଘଣ୍ଟ, ଛତା ସହ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ନିମନ୍ତେ ତିନି ଶୁଦ୍ଧ ସୁଆର ଅଧିବାସିତ ଖଳି ପ୍ରସାଦକୁ (ଦିବ୍ୟ ପ୍ରଲେପ) ଶ୍ରୀମନ୍ଦିର ବିଜେ କରିଥାନ୍ତି । 

ଏହା ପୂର୍ବରୁ ଏହି ଖଳିକୁ ଶୁଦ୍ଧ ସୁଆରଙ୍କ ଘରେ ଖଳି ହାଣ୍ଡିକୁ ମହିଳାମାନେ ବନ୍ଦାପନା କରିଥାଆନ୍ତି । ବିଜେ କାହାଳି ବାଜିବା ପରେ ବରକନ୍ଦାଜଙ୍କ ସୁରକ୍ଷା ବଳୟ ଭିତରେ ପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଳି ବିଜେ କରିଥାଆନ୍ତି । ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ରାତିରେ ଏହି ଖଳିକୁ ଶ୍ରୀବିଗ୍ରହଙ୍କୁ ଲାଗି ହେବା ପରେ ଗୋପନ ସେବା ସଂପନ୍ନ ହୋଇଥାଏ । ଶ୍ରୀମୁଖ ଶୃଙ୍ଗାର ସେବକ ଦତ୍ତ ମହାପାତ୍ରଙ୍କ ଘରୁ ଖଡ଼ି ପ୍ରସାଦ ମଧ୍ୟ ଆଜି ବିଜେ ହେବ। ଅଣସର ଘରେ ପହଞ୍ଚିବା ପରେ ଶ୍ରୀମୁଖ ହୋତା ଉପରେ ଏହି ଖଡି ପ୍ରସାଦ ଲାଗି ହେବାର ବିଧି ରହିଛି। ଆସନ୍ତାକାଲି ଶ୍ରୀଜୀଉମାନଙ୍କ ବନକ ଲାଗି ନୀତି ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ଅନୁଷ୍ଠିତ ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.