ପ୍ରମୂଖ ଖବର
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ

Published By : Manash Sahoo | July 17, 2025 3:02 PM

ସମ୍ବଲପୁର,୧୭/୦୭: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ ଚେତିଲେ ସରକାର । ସମ୍ବଲପୁର ଗଙ୍ଗାଧର ମେହର ବିଶ୍ବବିଦ୍ୟାଳୟରେ ଆକ୍ସନ । ଛାତ୍ରୀ ନିର୍ଯାତନା ଓ ଅସଦାଚରଣ ମାମଲାରେ ଆସିଷ୍ଟାଣ୍ଟ ପ୍ରଫେସର ଗିରଫ । ଏଜୁକେସନ ବିଭାଗର ଅଧ୍ୟାପକଙ୍କୁ ବନ୍ଧିଛି ପୁଲିସ । 

ସୂଚନା ଅନୁଯାୟୀ, ୪ ମାସ ତଳେ ବିଶ୍ବବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ବିଭାଗର ଜଣେ ଛାତ୍ରୀ ଅସଦାଚରଣ ଅଭିଯୋଗ ଆଣିଥିଲେ । ଏଜୁକେସନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା ତାଙ୍କୁ ଅସଦାଚରଣ କରିବା ସହିତ ନିର୍ଯାତନା ଦେଉଥିବା ନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ । ହେଲେ ପୁଲିସ ସେତେବେଳେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲା । ମାତ୍ର ଏଫଏମ୍ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣା ପରେ ତତ୍ପର ହୋଇଛନ୍ତି ସରକାର । ଗୁରୁବାର ଏଜୁକେସନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନାଙ୍କୁ ମହିଳା ଥାନା ପୁଲିସ ଗିରିଫ କରି କୋର୍ଟ ଚାଲାଣ କରିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.