ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଗୁଇନ୍ଦା ବିଭାଗର ସୂଚନା: ଦିଲ୍ଳୀ, ମୁମ୍ବାଇ ଓ ଗୋଆରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ,୨୫।୩: ଗୁଇନ୍ଦା ବିଭାଗରୁ ମିଳିଥିବା ସୂଚନା ଅନୁସାରେ   ଆତଙ୍କବାଦୀମାନେ ମୁମ୍ବାଇ, ଦିଲ୍ଲୀ କିମ୍ବା ଗୋଆ ଭଳି  ସହରରେ ଆକ୍ରମଣ ଯୋଜନା କରୁଛନ୍ତି।  ଫଳରେ ଦିଲ୍ଲୀ, ମୁମ୍ବଇ ଏବଂ ଗୋଆରେ ହାଇ ଆଲର୍ଟ ଜାରି କରାଯାଇଛି। ସ୍ଥାନୀୟ ପୁଲିସ୍‍ ଓ ସୁରକ୍ଷା ବାହିନୀକୁସଜାଗ ରହିବାକୁ କୁହାଯାଇଛି। ଏହି ୩ ସହରର ଗୀର୍ଜା ଗୁଡିକ ଉପରେ ଆତଙ୍କବାଦୀମାନେ ଆକ୍ରମଣ ପାଇଁ ଯୋଜନା କରୁଛନ୍ତି। ବଡ଼ ଗାଡ଼ି କିମ୍ବା ଛୁରି ଯୋଗେ  ଆତଙ୍କବାଦୀମାନେ ଏହି ଆକ୍ରମଣ କରିପାରନ୍ତି ।

ମୁମ୍ବାଇରେ ଇସ୍ରାଏଲର ଦୂତାବାସ, ମହାବାଣିଜ୍ୟିକ ଦୂତାବାସ ଏବଂ ଛାବଡ଼ ହାଉସରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇବାକୁ ନିର୍ଦେଶ ଦିଆଯାଇଛି। ଏହି ଆକ୍ରମଣ ନ୍ୟୁଜିଲାଣ୍ଡର କ୍ରାଇଷ୍ଟଚର୍ଚରେ ମସଜିଦରେ ମୁସଲମାନଙ୍କ ଉପରେ ହୋଇଥିବା ଆକ୍ରମଣର ପ୍ରତିଶୋଧ ନେବାକୁ ଭାରତରେ ଆକ୍ରମଣ ପାଇଁ ଯୋଜନା କରାଯାଇଛି ବୋଲି ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  

Copyright © 2022 - Summa Real Media Private Limited. All Rights Reserved.