ଭୁବନେଶ୍ବର,୨୦।୩ :  ଓଡ଼ିଶାରେ ରହିଛି ଭରପୁର ସୁନା ଖଣି। ୯ ଜିଲ୍ଲାରେ ରହିଛି ସୁନା ଖଣି। ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି।   ଏ ନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି। ପୂର୍ବରୁ ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ (GSI) ସଂସ୍ଥା ଦ୍ବାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ଵେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି। କେଉଁଝର ଜିଲ୍ଲାର ଗୋପୁର-ଗାଜିପୁର ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି ବୋଲି ବିଧାନସଭାରେ ଖଣି ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି।