ମେଷ : ଏକାଦଶ ଚନ୍ଦ୍ର ଓ ସକାଳ ୯ଟା ଗତେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଆର୍ଥିକ ସ୍ଥିତିରେ ଉନ୍ନତି ଆସିବଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ବୃଷ : ଦଶମ ଚନ୍ଦ୍ର, ଶୁକ୍ରବାର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତିରକତା ଅଧିକ ରହିବ ଏବଂ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ମନରେ ସତ୍ ଚିନ୍ତା, ସତ୍ ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମ ତୃପ୍ତି ରହିବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ପ୍ରଭୁଶ୍ରୀରାମ ।
ମିଥୁନ : ଘାତଚନ୍ଦ୍ର ଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ।ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ପରିବାରରେ ସୁଖ ଶାନ୍ତି ଭଗ୍ନ ହେବ । ପିତାମାତାଙ୍କ ସ୍ୱାସ୍ଥ୍ୟ ଗତ ସମସ୍ୟା, ଆର୍ଥିକ ଠକାମି ଏବଂ ମାଲି ମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ମିଥୁନ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ : ଅଷ୍ଟମଚନ୍ଦ୍ର ଓ ଘାତତିଥି ଏବଂ ସକାଳ ୯ଟା ପର୍ଯ୍ୟନ୍ତ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁନ ର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ସପ୍ତମଚନ୍ଦ୍ର, ଶୁକ୍ରବାର ଓ ସକାଳ ୯ଟା ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପରକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା, ପରିବାରରେ ସୁଖ ଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ପରିଚିତ ମହିଳାଙ୍କଠାରୁ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଷଷ୍ଠଚନ୍ଦ୍ର, ଷଷ୍ଠୀତିଥି, ଶୁକ୍ରବାର ଓ ଶତଭିଷା ନକ୍ଷତ୍ର ସକାଳ ୯ଟା ପର୍ଯ୍ୟନ୍ତ ରହୁଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମ ସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ପଞ୍ଚମ ଚନ୍ଦ୍ର, ଶୁକ୍ରବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ, କଳା ଓ ବିଦ୍ୟାରେ ନିଜର ନିପୁଣତା ପ୍ରକାଶ ପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ ଏବଂ ସେମାନେ ଉଚ୍ଚଶିକ୍ଷା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : ଚତୁର୍ଥ ଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ପାରିବାରିକ, ଜମିଜମା ବିବାଦ ଲାଗି ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଘାତବାର ଯୋଗୁ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖା ଦେବ । ଯେଉଁମାନଙ୍କର ବିଶାଖା ବିଛା ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ଧନୁ : ଘାତବାର ଓ ତୃତୀୟଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ପୂର୍ବା ଷାଢ଼ା ଧନୁ ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
ମକର : ଶୁକ୍ଳପକ୍ଷର ଦ୍ୱିତୀୟଚନ୍ଦ୍ର, ଶୁକ୍ରବାର ଓ ଷଷ୍ଠୀତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ । ଧନ ଓ ଆୟପ୍ରତିମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ। ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଶ୍ରୀଚନ୍ଦ୍ର, ଶୁକ୍ରବାର ଓ ଷଷ୍ଠୀତିଥି ଯୋଗୁ ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ପରିବାରରେ ସୁଖ ଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦ ପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ ଏବଂ ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ନୂତନ କର୍ମା ରମ୍ଭର ସୁଯୋଗ ଜୁଟିବ । ଯେଉଁମାନଙ୍କର ଶତ ଭିଷାକୁମ୍ଭ ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା: ମା’ କମଳା ।
ମୀନ : ଘାତବାର, ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ଏବଂ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ପୂର୍ବ ଭାଦ୍ରମୀନ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩