ପ୍ରମୂଖ ଖବର
  • ସେପ୍ଟେମ୍ବର ୩୦ରୁ ମହିଳା ଦିନିକିଆ ବିଶ୍ୱକପ୍, ଭାରତ-ଶ୍ରୀଲଙ୍କା କରିବେ ଆୟୋଜନ
  • ||
  • କଟକ: ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ସ୍ନାନପୂର୍ଣ୍ଣିମା ଏବଂ ରଥଯାତ୍ରୀ ନୀତି ନିର୍ଘଣ୍ଟ ନେଇ ବାଜିପାରେ ମୋହର
  • ||
  • ନବରଙ୍ଗପୁର: ପାଇଖାନା ଟାଙ୍କି ସଫା ବେଳେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ
  • ||
  • ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ, ସରକାର ବର୍ଷେ ପୂର୍ତ୍ତି ଉତ୍ସବ ସହ ବିଭିନ୍ନ ପ୍ରସଙ୍ଗ ନେଇ ଚାଲିଛି ଆଲୋଚନା
  • ||
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ଦୋକାନ ସଟର ଭାଙ୍ଗି ୩୦ ହଜାର ଟଙ୍କାର ସାମଗ୍ରୀ ଲୁଟ୍

Published By : Rasmita Pradhan | June 2, 2025 2:32 PM

ବଲାଙ୍ଗିର, ୨/୦୬ : ଦୋକାନ ସଟର ଭାଙ୍ଗି ଲୁଟିନେଲେ ୩୦ ହଜାର ଟଙ୍କାର ସାମଗ୍ରୀ। ଶନିବାର ବିଳମ୍ଵିତ ରାତିରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ହଳଦୀ ପଞ୍ଚାୟତ ସଦର ମହମୁକମାର ବଜାର ଛକରେ ଥିବା ଅନୀଲ କୁମାର ହାତୀଙ୍କ ଦୋକାନରୁ ଲୁଟ୍ ହୋଇଛି। ଏନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ହଳଦୀ ଗ୍ରାମର ସନମତ ହାତୀଙ୍କ ପୁଅ ଅନୀଲ କୁମାର ହାତୀ(୩୧ ବର୍ଷ) ବଜାର ଛକରେ ଏକ କିରାନା(ପାନ)ଦୋକାନ ଦେଇଛନ୍ତି। ଶନିବାର ରାତି ସାଢ଼େ ୯ଟାରେ ସେ ଦୋକାନ ବନ୍ଦ କରି ଘରକୁ ଚାଲି ଯାଇଥିଲେ। ମଧ୍ୟରାତ୍ରୀରେ ତାଙ୍କ ଦୋକାନର ସଟର ଭାଙ୍ଗି କେହି ଦୁର୍ବୃତ୍ତ ବିଭିନ୍ନ ସାମଗ୍ରୀ ଲୁଟି ନେଇଥିଲେ। ସକାଳୁ ଅନୀଲ ଦୋକାନ ଖୋଲିବାକୁ ଆସି ଲୁଟ୍ ହୋଇଥିବା ନେଇ ଜାଣିଥିଲେ। ଏନେଇ ସେ ସ୍ଥାନୀୟ ହଳଦୀ ସମିତି ସଭ୍ୟ ଟୁନାମଣି ମହାନନ୍ଦଙ୍କ ସହ ଆସି ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ।  

ଲୁଟ୍ ହୋଇଥିବା ସମସ୍ତ ସାମଗ୍ରୀର ଆନୁମାନିକ ମୂଲ୍ୟ ୩୦ହଜାର ଟଙ୍କା ହେବ ବୋଲି ଜଣାପଡିଛି। ଅନୀଲଙ୍କ ଦୋକାନରେ ତୃତୀୟ ଥର ପାଇଁ ଚୋରି ହୋଇଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ଅନୀଲଙ୍କ ଏତଲା ଆଧାରରେ ପୁଲିସ ହଳଦୀ ବଜାର ଛକରେ ଥିବା ଦୋକାନରେ ପହଞ୍ଚି ତଦନ୍ତ କରିଛି। ଏ ସମ୍ପର୍କରେ ଏକ ମାମଲା ରୁଜ୍ଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି ବୋଲି ଥାନା ଆଇଆଇସି ସିପୋରା ସରାୟ ଲୁଗୁନ ପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.