ପ୍ରମୂଖ ଖବର
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ପୁରୀରେ ପରିବାର ସହ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ, ରଥରେ ମହାପ୍ରଭୁଙ୍କୁ କଲେ ଦର୍ଶନ

Published By : Ankita S | June 28, 2025 2:35 PM

ପୁରୀ,୨୮/୦୬: ଶ୍ରୀକ୍ଷେତ୍ରରେ ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀ । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବାକୁ ପରିବାର ସହ ଶୀକ୍ଷେତ୍ର ମାଟିରେ ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା  ପରେ ସିଧା ପୁରୀ ଅଭିମୁଖେ ବାହାରି ଥିଲେ ଗୌତମ ଆଦାନୀ । ପୁରୀରେ ପହଞ୍ଚିବା ପରେ ସପରିବାର ସହ ରଥାରୂଢ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଗୌତମ ଆଦାନୀ ।

ପୁରୀରେ ପହଞ୍ଚିବା ପରେ ପ୍ରଥମେ ଗୁଣ୍ଡିଚା ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ଏହାପରେ ରଥାରୂଢ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ । ପୁରୀରେ ବିଭିନ୍ନ ସେବାମୂଳକ କାର୍ଯ୍ୟରେ ସାମିଲ ହୋଇଛନ୍ତି । ପତ୍ନୀ ପ୍ରୀତି ଆଦାନୀଙ୍କ ସହ ପୁରୀରେ ଇସ୍କନ କିଚେନରେ ଲୋକଙ୍କୁ ଖାଦ୍ୟ ବଣ୍ଟନ କରିଥିଲେ । ପୁରୀ ଧାମରେ ଆଦାନୀ ଗ୍ରୁପ୍ 'ପ୍ରସାଦ ସେବା' ଆରମ୍ଭ କରିଛି । ୨୬ ଜୁନ୍ ରୁ ୮ ଜୁଲାଇ ପର୍ଯ୍ୟନ୍ତ ରଥଯାତ୍ରା ସମୟରେ ତୀର୍ଥଯାତ୍ରୀ ଏବଂ ଫ୍ରଣ୍ଟଲାଇନ୍ ଅଧିକାରୀମାନଙ୍କ ପାଇଁ ଏକ ବ୍ୟାପକ 'ସେବା' ପ୍ରୟାସ କରିଛି ।

ଅଧିକ ପଢନ୍ତୁ...ଚକା ଆଖି ସବୁ ଦେଖୁଛି.. ମହାପ୍ରଭୁ ସଦ୍‌ବୁଦ୍ଧି ଦିଅନ୍ତୁ: ନନ୍ଦିଘୋଷ ରଥ ଟଣା ବିଭ୍ରାଟକୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ

ପୁରୀ ଆସିବା ନେଇ  ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଥିଲେ ଗୌତମ ଆଦାନୀ । ସେ କହିଥିଲେ, '' ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ମୋତେ ପୁରୀ ଧାମକୁ ଯାଇ ରଥଯାତ୍ରା ସମୟରେ ସେବା କରିବାକୁ ସୌଭାଗ୍ୟ ପ୍ରାପ୍ତ ହେଲା । ଆଜିଠାରୁ ଆରମ୍ଭ ହୋଇଥିବା ଏହି ଦିବ୍ୟ ଯାତ୍ରାରେ ସ୍ୱୟଂ ଭଗବାନ ଭକ୍ତମାନଙ୍କୁ ଦର୍ଶନ ଦେଇଥାନ୍ତି । ଏହା କେବଳ ଏକ ଯାତ୍ରା ନୁହେଁ, ବରଂ ଭକ୍ତି, ସେବା ଓ ସମର୍ପଣର ଉତ୍ସବ । ଏହି ପୂଣ୍ୟ ଅବସରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସେବା ପାଇଁ ଆଦାନୀ ପରିବାର ପୂରା ନିଷ୍ଠା ଓ ଶ୍ରଦ୍ଧାର ସହ ସମର୍ପିତ । ପୁରୀର ଏହି ପୂଣ୍ୟଭୂମିରେ ସେବକ ରୂପେ ଯୋଡି ହେବା ମୋ ପାଇଁ ଆଦାନୀ ପରିବାର ପାଇଁ ଅତ୍ୟନ୍ତ ଗର୍ବ ଓ ଖୁସିର ବିଷୟ । ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଆମ ଉପରେ ଏପରି ଥାଉ ।''

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.