PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ବ୍ରିଜ୍ ତଳେ ପଡିଛି ବସ୍ତା ବସ୍ତା ସରକାରୀ ଔଷଧ

ନୟାଗଡ ୨/୨: ବ୍ରିଜ୍ ତଳେ ବସ୍ତା ବସ୍ତା ସରକାରୀ ଔଷଧ । ନୟାଗଡ ଜିଲ୍ଲା ଖଣ୍ଡପଡା ଥାନା ଗୋଛାବାରୀ ନିକଟ ବ୍ରିଜ୍ ତଳେ ବ୍ୟାପକ ପରିମାଣର ଔଷଧ ପଡିଥିବା ଦେଖିବାକୁ ମିଳିଛି । ମେଡିସିନ୍ ଗୁଡିକରେ ସରକାରୀ ଯୋଗାଣ ଲେଖାଯାଇଛି । ଅଧିକାଂଶ ମେଡିସିନ୍ ର ଏକ୍ସପାୟାରୀ ଡେଟ୍ ୨୦୧୯ ରହିଥିବା ବେଳେ କିଛି ଏକ୍ସପାରୀ ହୋଇଯାଇଛି ।

ଏତେ ପରିମାଣର ମେଡିସିନ୍ ପଡିଥିବା ଦେଖି ଗ୍ରାମବାସୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି ।ଲୋକଙ୍କୁ ମେଡିସିନ୍ ଦିଆନଯାଇ କିଭଳି ଏକ୍ସପାରୀ ହୋଇଯାଉଛି ଏବଂ ସେଗୁଡିକୁ ରାସ୍ତାକଡରେ କିଏ ଫୋପାଡୁଛି ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ତେବେ ଏସବୁ ମେଡିସିନ୍ ପଡିଥିବା ସ୍ଥାନରୁ ନୂଆଗଡିଆସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମାତ୍ର ୫୦୦ମିଟର ଦୂରରେ ରହିଥିବା ବେଳେ ଅଧିକାରୀଙ୍କ ପାଖରେ ଏନେଇ କୌଣସି ଖବର ନଥିବା ଜଣାପଡିଛି । ସେପଟେ ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ ତଦନ୍ତ ପରେ କାର‌୍ୟ୍ୟାନୁଷ୍ଠନ ନିଆଯିବ ବୋଲି କହିଛନ୍ତି ।