ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଜଧାନୀ ରାଜରାସ୍ତାରେ ଯୁବକଙ୍କ ଆତଙ୍କରାଜ: ଗାଡି ସାଇଡ୍‌ ମରାକୁ ନେଇ ମାରପିଟ,୫ ଅଟକ

Published By : Harapriya Sethi | December 12, 2024 10:42 AM

ଭୁବନେଶ୍ୱର,୧୨/୧୨: ଗାଡି ସାଇଡ୍ ମରାକୁ ନେଇ ଅଧ ଘଣ୍ଟା ଧରି ରାସ୍ତା ଉପରେ ଆତଙ୍କ ମଚାଇଲେ ଯୁବକ । ବସ୍‌କୁ ଅଟକାଇ ଡ୍ରାଇଭରକୁ ପିଟିଲେ । ବସ୍‌ ଭଙ୍ଗାରୁଜା କରି ଯାତ୍ରୀଙ୍କୁ ବସ୍‌ରୁ ଓହ୍ଲାଇ ଦେଲେ । ଏହି ଘଟଣାରେ ୫ ଜଣଙ୍କୁ ଅଟକ ରଖିଛି ପୋଲିସ । ଭୁବନେଶ୍ୱରର ସତସଙ୍ଗ ବିହାର ସମ୍ମୁଖ ମୁଖ୍ୟ ରାସ୍ତାରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ସତସଙ୍ଗ ବିହାର ସମ୍ମୁଖ ମୁଖ୍ୟ ରାସ୍ତାରେ ଏକ ବସ୍‌ ଯୁବକଙ୍କୁ ସାଇଡ୍‌ ମାରିଥିଲା । ଏଥିରେ ଯୁବକ ଜଣକ ଉତ୍ୟକ୍ତ ହୋଇ ବସ୍‌ଟିକୁ ଅଟକାଇ ଡ୍ରାଇଭରକୁ ମାଡ ମାରିଥିଲେ । କେବଳ ସେତିକି ନୁହେଁ, ବସ୍‌ ଭଙ୍ଗାରୁଜା କରିବା ସହ ଯାତ୍ରୀଙ୍କୁ ମଧ୍ୟ ଗାଡିରୁ ଓହ୍ନାଇ ଦେଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ସହିଦନଗର ଥାନା ପୋଲିସ ପହଞ୍ଚିଛି । ସେଠାରେ ପହଞ୍ଚି ଘଟଣାରେ ସମ୍ପୃକ୍ତ ଥିବା ୫ ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.