ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର

Published By : Harapriya Sethi | January 13, 2025 12:29 PM

ହିନ୍ଦୋଳ, ୧୩/୦୧: ବେଡ଼ାପଡ଼ା ଗ୍ରାମରେ କ୍ରିକେଟ ଖେଳରୁ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଘର ଭଙ୍ଗାରୁଜା ସାଙ୍ଗକୁ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି । ମାର୍‌ପିଟ୍‌ରେ ଜଣେ ଯୁବକ ଗୁରୁତର ଭାବେ ଆହାତ ହୋଇଛନ୍ତି । ଯୁବକ ଜଣକ ରାକେଶ ପରିଡା ବୋଲି ଜଣାପଡ଼ିଛି । ଗୁରୁତର ଭାବେ ତାଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ପ୍ରଥମେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା ଅନ୍ତର୍ଗତ ବେଡ଼ାପଡ଼ା ଗ୍ରାମରେ ଏଭଳି ଘଟଣା ଘଟି ଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ରବିବାର ବେଡାପଡା ଗ୍ରାମରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ୍‌ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଫାଇନାଲ ମ୍ୟାଚ୍‌ ପରେ ଗ୍ରାମର ସବର୍ଣ୍ଣ ଏବଂ ଅସବର୍ଣ୍ଣ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା । ପରେ ଏହି ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା । ଗଣ୍ଡଗୋଳରେ ସ୍ଥାନୀୟ ସରପଞ୍ଚଙ୍କ ଭାଇ ରାକେଶ ପରିଡାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ପ୍ରଥମେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପରେ ଯୁବକଙ୍କୁ ରାତି ୧୦ଟା ୩୦ରେ ମୁଖ୍ୟ ଚିକିତ୍ସଳୟରୁ କଟକ ସ୍ଥାନାନ୍ତର କରାଯାଇଥିଲା । ଏନେଇ ପୋଲିସ ଖବର ପାଇବା ପରେ ଗ୍ରାମରେ ରବିବାର ରାତିରେ ତିନି ପ୍ଲାଟୁନ ପୋଲିସ୍ ଫୋର୍ସ ମୃତୟନ କରାଯାଇଥିଲା। 

ଅନ୍ୟପଟେ ଅସବର୍ଣ୍ଣ ଗୋଷ୍ଠୀର ଲୋକଙ୍କ ଘର ଦ୍ୱାର ଭଙ୍ଗାରୁଜା ହୋଇଥିବା ଦେଖିବାକୁ ମିଳିଛି । ଆଗାମୀ ସମୟରେ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହେବା ପାଇଁ ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ନିଆଯାଇଛି । ଏହାସହିତ ଗଣ୍ଡଗୋଳରେ ସାମିଲ ଥିବା କିଛି ଯୁବକଙ୍କୁ ଅଟକ ରଖି ଜେରା କରୁଥିବା ସୂଚନା ମିଳିଛି ।



 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.