ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଛାତ୍ର ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ, ୨ ଆହତ

Published By : Harapriya Sethi | March 2, 2025 8:47 AM

ଭୁବନେଶ୍ୱର,୦୨/୦୩: କଟକରେ ଛାତ୍ର ବିଜେଡିର ଦୁଇଗୋଷ୍ଠୀଙ୍କ ମଧ୍ୟରେ ମାରପିଟ । ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଗଣ୍ଡଗୋଳ । ଗଣ୍ଡଗୋଳରେ ଲୁହା ରଡ୍‌ ଏବଂ ଅନ୍ୟାନ୍ୟ ମାରଣାସ୍ତ୍ରରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଏଥିରେ ଦୁଇଜଣ ଆହତ ମଧ୍ୟ ହୋଇଛନ୍ତି । ଉଭୟଙ୍କୁ ଏସସିବିରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।  

ସୂଚନା ମୁତାବକ, କଟକରେ ଛାତ୍ର ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ କୌଣସି କାରଣରୁ ବଚସା ଆରମ୍ଭ ହୋଇଥିଲା । ପରେ ଏହା ଉଗ୍ରରୂପ ନେଇଥିଲା । ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ ହୋଇଥିଲା । ଲୁହା ରଡ୍‌ ଏବଂ ଅନ୍ୟାନ୍ୟ ମାରଣାସ୍ତ୍ରରେ ଆକ୍ରମଣ  ମଧ୍ୟ ହୋଇଥିଲା । ଏଥିରେ ଦୁଇ ଜଣ ଆହତ ମଧ୍ୟ ହୋଇଥିଲେ । ଏହାପରେ ଉଭୟ ଗୋଷ୍ଠୀଙ୍କ ପକ୍ଷରୁ କ୍ୟାଣ୍ଟନମେଣ୍ଟ ଥାନାରେ ଏତଲା ଦିଆଯାଇଥିଲା । ଏନେଇ ମାମଲା ରୁଜୁ କରି ଉଭୟ ଆହତଙ୍କୁ ଏସସିବି ଡାକ୍ତରଖାନାରେ ଭର୍ତ୍ତି କରିଛି ପୋଲିସ । ଏଥି ସହିତ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.