ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଅଳିଆ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ, ୩ ଆହତ

Published By : Harapriya Sethi | January 9, 2025 9:04 AM

ଖୋଲ୍ଲିକୋଟ,୦୯/୦୧: ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ । ପଥରା ଗାଁର କଣ୍ଡରା ସାହି ଏବଂ ଓଡ଼ିଆ ଆଲପୁର ଗାଁ ଲୋକଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଓଡ଼ିଆ ଆଲପୁର ଗାଁର ୩ ଜଣ ଆହତ ହୋଇଛନ୍ତି । ବାଇକ ଭଙ୍ଗାରୁଜା ସହ କିଛି ଘରର ଆଜବେଷ୍ଟ ଭାଙ୍ଗିଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ବୁଧବାର ରାତିରେ ପଥରା କଣ୍ଡରା ସାହିର କିଛି ବ୍ୟକ୍ତି ଟ୍ରାକ୍ଟରରେ ଅଳିଆ ଆବର୍ଜନା ଆଣି ଓଡ଼ିଆ ଆଲପୁର ଗାଁର ଜନବସତି ସ୍ଥାନରେ ଅଳିଆ ପକାଇ ଥିଲେ । ଏହାକୁ ଓଡ଼ିଆ ଆଲପୁର ଗାଁର କିଛି ଲୋକେ ବିରୋଧ କରିଥିଲେ । ଏହାରି ମଧ୍ୟରେ ଉଭୟ ଗାଁର ଲୋକେ ଗାଳିଗୁଲଜ ସହ ହାତାହାତି ହେବା ପରେ ଠେଲା ମାଡ଼ ହୋଇଥିଲା । ଏହା ଦେଖି ଗାଁଲୋକେ ଖଲ୍ଲିକୋଟ ଥାନା ଭେଜିପୁଟ ଫାଣ୍ଡିରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଭେଜିପୁଟ ଫାଣ୍ଡି  ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ସେଠାରେ ପହଞ୍ଚି ବୁଝାସୁଝା ସହ ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.