ପ୍ରମୂଖ ଖବର
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ

Published By : Harapriya Sethi | April 19, 2025 7:57 AM

ଭୁବନେଶ୍ୱର, ୧୯/୦୪: ଗାଡ଼ି ସାଇଡ୍‌ ମରାକୁ ନେଇ ଦୁଇ ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ମାରପିଟ ଭତରେ ଫାଙ୍କା ଗୁଳି ଚାଳନା କଲେ ଦୁର୍ବୃତ୍ତ । ଏଥିରେ କିଛି ଲୋକ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ବଡ଼ଚଣା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି । ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧୀନ ମହାବିନାୟକ ପୀଠରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଶୁକ୍ରବାର ରାତିରେ ମହାବିନାୟକ ଶୈବ ପୀଠରେ ବାହାଘର ଚାଲୁଥିବା ବେଳେ ବାଜବାଟିରୁ ବରଯାତ୍ରୀ ଆସି ପହଞ୍ଚି ଥିଲେ । ସେହି ଅଞ୍ଚଳରେ ଆଉ ଏକ ବିବାହ ହେଉଥିଲା । ଆସିବା ବେଳେ ଗାଡ଼ି ସାଇଡ୍‌ ମରାକୁ ନେଇ ଉଭୟ ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା । ଏବଂ ପରେ ଏହା ଉଗ୍ର ରୂପ ନେଇଥିଲା । ମାରପିଟ୍‌ ଭିତରେ କେହି ଦୁର୍ବୃତ୍ତ ଫାଙ୍କା ଗୁଳିଚାଳନା କରିଥିଲେ । ମାରପିଟ୍‌ରେ କିଛି ଲୋକେ ଗୁରୁତର ଆହତ ହୋଇଥିଲେ । ଏନେଇ ଖବର ପାଇବା ପରେ ଘଟଣା ସ୍ଥଳରେ ପହଞ୍ଚିଛି ପୋଲିସ । ଘଟଣା ସ୍ଥଳରେ ପହଞ୍ଚି ଖୋକା ଜବତ କରି ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.