ପ୍ରମୂଖ ଖବର
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ,୨୨ରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ
  • ||
  • ବଲାଙ୍ଗୀର : ଟିକ୍ରାପଡ଼ା-ଝିଙ୍କିଡୁଙ୍ଗୁରି ରାସ୍ତାରେ ବାଇକ୍‌ ଦୁର୍ଘଟଣା, ବାଇକ୍‌ ଆରୋହୀ ମୃତ
  • ||
  • ଆନନ୍ଦପୁର : ୨୫୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଗୁଜରାଟ ମଡେଲରେ ଓଡ଼ିଶାରେ ହେବ ପୋଷଣ କେନ୍ଦ୍ର, ହିତାଧିକାରୀଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡ
  • ||
  • ମୟୂରଭଞ୍ଜ : ପାରିବାରିକ ଅସନ୍ତୋଷରୁ ସ୍ତ୍ରୀକୁ ପିଟିପିଟି ହତ୍ୟା ,ସ୍ୱାମୀ ଫେରାର
  • ||
  • ଜଳେଶ୍ୱରରେ ଲଜ୍ଜ୍ୟା : ସ୍ବାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ, ସମ୍ପର୍କୀୟ କାକା ଫେରାର
  • ||
  • ଶାନ୍ତିପଲ୍ଲୀ ବସ୍ତିରେ ହତ୍ୟା ଘଟଣା: ୩ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଏଆର ରେହମାନ ଅସୁସ୍ଥ, ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି
  • ||
  • ଗୁଲୁମୀ ଜଳପ୍ରପାତରେ ବୁଡ଼ି ଛତିଶଗଡ଼ର ଦୁଇ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଗଡଗୋବିନ୍ଦପୁର ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡୀଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କନ୍ଧମାଳ : ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚିରନିଦ୍ରାରେ ପଦ୍ମଭୂଷଣ ରମାକାନ୍ତ ରଥ, ୯୧ ବୟସରେ ତ୍ୟାଗ କଲେ ଶେଷ ନିଶ୍ବାସ
  • ||
  • ଲସ୍କର ଆତଙ୍କୀ ଅବୁ କତାଲ ନିହତ; NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା
  • ||
  • ଭୁବନେଶ୍ୱର : କାର୍‌-ସ୍କୁଟର୍‌ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ଓଡ଼ିଶାରେ ଉପରମୁହାଁ ତାତି, ୩ ଦିନ ପାଇଁ ହିଟ୍‌ଓ୍ବେଭ୍ ଆଲର୍ଟ, ୩ ଜିଲ୍ଲାକୁ ରେର୍ଡ ଏବଂ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

୧୪ ମହଲାରୁ ଡେଇଁ ଆତ୍ମହତ୍ୟା କଲେ ଜିଏସଟି ଡେପୁଟି କମିଶନର, ଜାଣନ୍ତୁ କାହିଁକି…

Published By : Prameya | March 10, 2025 6:27 PM

ନୂଆଦିଲ୍ଲୀ: ୧୪ ମହଲାରୁ ଡେଇଁ ଆତ୍ମହତ୍ୟା କଲେ ଜିଏସଟି ଡେପୁଟି କମିଶନର। ସୋମବାର ସକାଳେ ନୋଏଡାର ସେକ୍ଟର ୭୫ ସ୍ଥିତ ଆପେକ୍ସ ଆଣ୍ଟେନା ସୋସାଇଟିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ପରିଚୟ ସଞ୍ଜୟ ସିଂ ବୋଲି ଜଣାପଡିଛି । ସେ ଗାଜିଆବାଦ ଜିଏସଟି ଡେପୁଟି କମିଶନର ଭାବେ କାର୍ଯ୍ୟରତ ଥିଲେ। ମୃତକ ସଞ୍ଜୟ ସିଂ ଦୀର୍ଘ ଦିନ ଧରି କର୍କଟ ଏବଂ ମାନସିକ ଅବସାଦରେ ପୀଡିତ ଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି।

ନୋଏଡା ପୋଲିସର ମିଡିଆ ସେଲ୍ ଅନୁଯାୟୀ, ସୋମବାର ସକାଳ ପ୍ରାୟ ୧୧:୦୦ ଟାରେ, ପୋଲିସ ସୂଚନା ପାଇଥିଲା ଯେ, ସେକ୍ଟର ୭୫ ସ୍ଥିତ ଆପେକ୍ସ ଆଣ୍ଟେନା ସୋସାଇଟିର ୧୪ ମହଲାରୁ ଡେଇଁ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଜାଣିବାକୁ ପାଇଲା ଯେ ମୃତକ ଜଣକ ହେଉଛନ୍ତି ୫୯ ବର୍ଷୀୟ ସଞ୍ଜୟ ସିଂହ, ଯିଏକି ସୋସାଇଟିର ଟାୱାର 2004 A ରେ ରହୁଥିଲେ। ସଞ୍ଜୟ ସିଂହ ଗାଜିଆବାଦର ଜିଏସଟି ବିଭାଗରେ ଡେପୁଟି କମିଶନର ଭାବରେ ନିଯୁକ୍ତ ଥିଲେ।

ମୃତକଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ପୋଲିସ କହିଛି ଯେ ପରିବାର ସଦସ୍ୟଙ୍କ ଅନୁଯାୟୀ, ସଞ୍ଜୟ ସିଂହ ଦୀର୍ଘ ଦିନ ଧରି କର୍କଟ ଏବଂ ମାନସିକ ଅବସାଦରେ ପୀଡିତ ଥିଲେ। ବର୍ତ୍ତମାନ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି।

 

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.