PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆପଡା ସାଲେଭଟା ଛକରେ ରକ୍ତାକ୍ତ ଅବସ୍ଥାରେ ଯୁବକ-ଯୁବତୀ ଉଦ୍ଧାର
  • ||
  • ହାଇଦ୍ରାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ଗୁରୁତର ତ୍ରୁଟି, ହେଲିକପ୍ଟର ଉଡାଣ ଭରିବା କ୍ଷଣି ମଝି ଆକାଶରେ ଦେଖାଗଲା କଳା ବେଲୁନ୍, ୪ କଂଗ୍ରେସ କର୍ମୀ ଗିରଫ
  • ||
  • ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ଧସ୍ତାଧସ୍ତି
  • ||
  • ନୂଆପଡା ଉଦ୍ୟାନବନ୍ଧ କ୍ରିଷ୍ଣା ଛକରେ ଟ୍ରକ ଧକ୍କାରେ ୪ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : କଣ୍ଟାମାଳ ବ୍ଲକ୍ ମନମୁଣ୍ଡା ରେଞ୍ଜ୍ ଅନ୍ତର୍ଗତ ରତାଖଣ୍ଡି ସଂରକ୍ଷିତ ଜଙ୍ଗଲରେ ଫାଶରେ ପଡ଼ି ଏକ ଭାଲୁର ମୃତ୍ୟୁ
  • ||
  • କୋଲକାତା : ମାତ୍ର ୭୫ ଟଙ୍କା ପାଉଣା ଫେରସ୍ତ ଦାବିରେ ଦେଖାଦେଇଥିଲା ଅଶାନ୍ତି, ନମାଜ ପଢ଼ି ଫେରିବା ବାଟରେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା
  • ||
  • ଭୁବନେଶ୍ବର : ୨୦୧୯ ରୁ ୨୦୨୨ ମଧ୍ୟରେ ରାଜ୍ୟରେ ପଞ୍ଜିକୃତ ହୋଇଛି ୧୦ ହଜାର ୧୨୯ ଦୁଷ୍କର୍ମ ମାମଲା : ଗୃହରାଷ୍ଟ୍ର ମନ୍ତ୍ରୀ
  • ||
  • ଭୁବନେଶ୍ବର : ଜୁଲାଇ ୬ରେ ମାଟ୍ରିକ ପରୀକ୍ଷା ଫଳ ଘୋଷଣା । ଦିନ ୧ଟାରେ ପ୍ରକାଶ ପାଇପ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ।
  • ||
  • ଗୋଚ୍ଛାପଡ଼ା/ଫୁଲବାଣୀ : ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ଖପୁରି ୩ ବର୍ଷ ମଧ୍ୟରେ ପ୍ରତିରୋପଣ କରାଯିବ । ଦିଲ୍ଲୀ ଏମସ୍‌ ନ୍ୟୁରୋ ସର୍ଜରୀ ଡାକ୍ତର ଦୀପକ ଗୁପ୍ତାଙ୍କ ସୂଚନା ।
  • ||
  • ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅଲ୍ଲୁରୀ ସୀତାରାମ ରାଜୁଙ୍କ ପ୍ରତିମୂର୍ତ୍ତି କରିବେ ଉନ୍ମୋଚନ
  • ||
  • କୋଟପାଡ଼ : କୋଟପାଡ଼ ମୀନାବଜାରରେ ଦୋଳି ଖେଳୁଥିବା ବେଳେ ଜଣେ ନାବଳିକାଙ୍କ ହୃଦ୍‌ଘାତରେ ମୃତ୍ୟୁ
  • ||
  • ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ପୁଣିଥରେ ଏକନାଥଙ୍କ ବାଜିମାତ୍। ଫ୍ଳୋର ଟେଷ୍ଟରେ ବହୁମତ ହାସଲ କରିଛନ୍ତି ସିନ୍ଦେ। ସିନ୍ଦେଙ୍କୁ ୧୬୪ ସଦସ୍ୟ ସମର୍ଥନ କରିଥିବା ସୂଚନା।
  • ||
  • ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଚଞ୍ଚରମୁଣ୍ଡା ଛକ ବିଜୁ ଏକ୍ସପ୍ରେସ୍ ରାସ୍ତା କଡ଼ରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର କୁଲ୍ଲୁରେ ବସ୍ ଦୁର୍ଘଟଣା, ସ୍କୁଲ ପିଲାଙ୍କ ସମେତ ୧୬ଜଣଙ୍କର ମୃତ୍ୟୁ ଆଶଙ୍କା
  • ||
  • ନୂଆଦିଲ୍ଲୀ : ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ : ବିଜୟ ମୁକୁଟ ପିନ୍ଧିଲେ ସିନି ଶେଟ୍ଟୀ
  • ||
  • ନୂଆଦିଲ୍ଲୀ : ଭାଙ୍ଗିଗଲା ଆଲପାଇନ୍ ଗ୍ଲାସିୟରର ବିଶାଳ ଖଣ୍ଡ, ୫ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ରେଜଲ୍ଟ ପ୍ରକାଶ ନେଇ ବୋର୍ଡର ସମସ୍ତ ପ୍ରସ୍ତୁତି ଶେଷ, ସଚିବାଳୟରେ ଆଜି ନିଆଯିବ ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ବାଲିପାଟଣା : ବାଲିଘାଟକୁ କେନ୍ଦ୍ର କରି ଯୁବକଙ୍କୁ ଖଣ୍ଡାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ଆଇସିୟୁରେ ଭର୍ତ୍ତି ହେଲେ ଲାଲୁ ଯାଦବ, ପଡ଼ିଯିବା କାରଣରୁ ହୋଇଥିଲେ ଆହତ
  • ||
  • ଡେନମାର୍କ : ଡେନମାର୍କର ସପିଂ ମଲରେ ଫୁଟିଲା ଗୁଳି, ୩ଜଣଙ୍କର ମୃତ୍ୟୁ
  • ||

ସିଆରପି ଛକରେ ଫାଙ୍କା ଗୁଳି ଚାଳନା , ଦୁର୍ବୃତ୍ତ ଫେରାର

ଭୁବନେଶ୍ବର, ୧୭।୫ ସିଆରପି ପ୍ରିୟଦର୍ଶିନୀ ମାର୍କେଟ ନିକଟରେ ଫାଙ୍କା ଗୁଳି ଚଳାଇ  ଫେରା଼ର ହୋଇଗଲେ ଦୁର୍ବୁତ୍ତ।  ଏକ ପାନ  ଦୋକାନ ସମ୍ମୁଖରେ ତିନି ଜଣ ଦୁର୍ବୁତ୍ତ ମଧ୍ୟରେ ଜୋରଦାର ପାଟିତୁଣ୍ଡ ହୋଇଥିଲା । ଗୋଟିଏ ସ୍କୁଟିରେ ଦୁଇଜଣ  ଆସିଥିବାବେଲେ ଆଉଜଣେ  ଏକ ଆଭେଞ୍ଜରରେ ଆସିଥିଲେ।  ଘଟଣାସ୍ଥଳରେ ଜଣେ  ଉତ୍ତ୍ୟକ୍ତ ହୋଇ ମାଟିକୁ  ଫାଙ୍କା ଗୁଳି କରିଥିଲେ । ଦୁଇଥର  ଗୁଳି ମାରିବା ପରେ  ସେଠାରୁ  ଚମ୍ପଟ  ମାରିଥିଲେ ।

ଏହାପରେ  ଜଣେ  ଯୁବତୀ  ପ୍ରଥମେ ପିସିଆରକୁ ଜଣାଇବାପରେ  ପୋଲିସ ପହଂଚି ବା ପୂର୍ବରୁ ସେଠାରୁ ଦୁର୍ବୃତ୍ତ ଫେରା଼ର ହୋଇଯାଇଥିଲେ । ଘଟଣାସ୍ଥଳରେ ଡିସିପି ଓ ସ୍ପେସିଆଲ ସ୍କ୍ବାର୍ଡ ପହଂଚି  ତଦନ୍ତ  କରୁଛନ୍ତି । ପ୍ରତ୍ୟକ୍ଷଦର୍ଶୀ ଭାବେ  ପାନ  ଦୋକାନୀଙ୍କୁ ପୋଲିସ ନେଇ ପଚରାଉଚରା  କରୁଛି । ସେଠାକାର  ଦୋକାନମାନଙ୍କରେ ଲାଗିଥିବା  ସମସ୍ତ ସିସିଟିଭି  ଫୁଟେଜକୁ ଖୋଳତାଡ଼  କରୁଛି  ପୋଲିସ ।

ଅନ୍ୟପକ୍ଷରେ  ଫାୟାରିଂ ଘଟଣାରେ  ଛାତ୍ର କଂଗ୍ରେସ ନେତା ଵିଭୂ ପ୍ରସାଦ ଜେନା ତାଙ୍କ ଉପରେ ଆକ୍ରମଣ ହୋଇଥିବା  ଅଭିଯୋଗ କରିଛନ୍ତି । ତାଙ୍କ  ଅଭିଯୋଗ ଅନୁଯାୟୀ ଘଟଣା ସ୍ଥଳରେ ଵିଭୂ ଏବଂ ତାଙ୍କର ଜଣେ ବନ୍ଧୁ ଠିଆ ହୋଇ ଥିବା ସମୟରେ୨ ଜଣ ଦୁର୍ବୁତ୍ତ ପହଞ୍ଚିଥିଲେ। ରାଜନୈତିକ ଆକ୍ରୋଶ ରଖି ଵିଭୂଙ୍କୁ ପ୍ରଥମେ ଗାଳି ଗୁଲଜ କରିଥିଲେ। ପରେ ବନ୍ଧୁକ ଛାତିରେ ଲଗାଇ ଧମକାଇ ଥିଲେ। ଵିଭୂ ନିଜକୁ ବଞ୍ଚାଇବାକୁ ଚେଷ୍ଟା କରିବା ବେଳେ ବନ୍ଧୁକରୁ ବାହାରିଥିବା ୨ ଟି ଗୁଳି ତଳେ ବାଜିଥିଲା। ଫଳରେ ଵିଭୂ ଅଳ୍ପକେ ବର୍ତ୍ତି ଯାଇଥିଲେ । ତେବେ  ୨ଟି ଗୁଳି ତଳେ ବାଜିବା ପରେ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ ୨ ଅଭିଯୁକ୍ତ। ୨ ଦୁର୍ବୁତ୍ତ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ଦେଇଛନ୍ତି ଵିଭୂ। ଏନେଇ ଥାନାରେ ଲିଖିତ ଅଭିଯୋଗ ଦେବାକୁ ଥାନାରେ ଵିଭୂଙ୍କ ସହ କଂଗ୍ରେସ କର୍ମୀ ପହଞ୍ଚିଛନ୍ତି।