ପ୍ରମୂଖ ଖବର
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଚାଳକ ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଜଙ୍ଗଲରୁ ଅଚିହ୍ନା ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର, ହତ୍ୟା ସନ୍ଦେହ

Published By : Rasmita Pradhan | June 12, 2025 11:59 AM

ରାଉରକେଲା, ୧୨/୦୬ : ଜଙ୍ଗଲରୁ ଅଚିହ୍ନା ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର। ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ସହରର ସେକ୍ଟର-୧୭ ସ୍ଥିତ ହୋମ୍ ଆଣ୍ଡ ହୋପ୍ କାର୍ଯ୍ୟାଳୟ ପଛପାର୍ଶ୍ୱ ଜଙ୍ଗଲରୁ ଏକ ଦରପୋଡ଼ା ଶବ ଉଦ୍ଧାର ହୋଇଛି। ଘଟଣା ସ୍ଥଳରେ ଜୋନାଲ ଡିଏସପିଙ୍କ ସମେତ ସାଇଣ୍ଟିଫିକ୍ ଟିମ୍ ପହଁଚି ତଦନ୍ତ ଚଳାଇଛନ୍ତି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ। 

ସୂଚନାନୁଯାୟୀ, ରାଉରକେଲା ସେକ୍ଟର - ୧୫ ଥାନାରୁ ପ୍ରାୟ ୩ ଶହ ମିଟର ଦୂର ରିଙ୍ଗରୋଡ୍ ପାର୍ଶ୍ଵ ଆମ୍ବେଦକର ପ୍ରତିମୂର୍ତ୍ତି ପଛପଟ ବୁଦାରୁ ଗୁରୁବାର ଦିନ ୧୦ଟା ସମୟରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ମୃତଦେହ ନିକଟରେ ଏକ ବ୍ୟାଗ୍, ମୋବାଇଲ ଫୋନ୍, ସାବୁନ ଓ ଚପଲ ପଡ଼ିଛି। ଯୁବକଙ୍କୁ ହତ୍ୟା କରାଯିବା ପରେ ବୁଦାରେ ଫିଙ୍ଗି ନିଆଁ ଲଗାଇ ଦିଆଯାଇଥିବା ପୋଲିସ ଅନୁମାନ କରୁଛି। ସନ୍ଧାନୀ କୁକୁର, ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛନ୍ତି। ମୃତକ ଜଣଙ୍କ ରାଉରକେଲା ବାହାରର ହୋଇଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ମୃତଦେହ ଜବତ କରି ପୁଲିସ ବ୍ୟବଛେଦ ଲାଗି ପଠାଇ ତଦନ୍ତ ଜାରି ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.