ପ୍ରମୁଖ ଖବର
  • ଧର୍ମଗଡ଼ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ
  • ||
  • ଭୁବନେଶ୍ଵର : ୧୪ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ଆଗାମୀ ରାଜନୈତିକ ଖସଡ଼ା
  • ||
  • ବାଙ୍କୀ : ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ
  • ||
  • ଅନୁଗୁଳ: ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ୍‌ର ଭିଡିଓ କନ୍‌ଫରେନ୍‌ସିଂରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କଲା ଆଇସିସି, ଆମେରିକା ଓ ୱେଷ୍ଟ ଇଣ୍ଡିଜ ମିଳିତ ଭାବେ କରିବେ ଆୟୋଜନ
  • ||
  • ଭୁବନେଶ୍ୱର: ୧୯ ପ୍ରକଳ୍ପକୁ ସିଙ୍ଗିଲ୍‌ ୱିଣ୍ଡୋ ମଞ୍ଜୁରି କଲେ ରାଜ୍ୟ ସରକାର: ୪୮୦୦ କୋଟି ନିବେଶ, ୧୭୫୫୩ ନିଯୁକ୍ତି ସମ୍ଭାବନା
  • ||
  • ଭୁବନେଶ୍ୱର: ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ
  • ||

ସ୍କୁଲ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଖୋର୍ଦ୍ଧା, ୩/୧୧ : ସ୍କୁଲ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଖୋର୍ଦ୍ଧା ନୟାଗଡ଼ ରାସ୍ତାରେ ଥିବା ଏକ ଘରୋଇ ପବ୍ଲିକ ସ୍କୁଲ ପରିସରରେ ଏଭଳି ଅଭାବନୀୟ ଘଟଣା ଘଟଛି। ଛାତ୍ରଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ଖୋର୍ଦ୍ଧା-ନୟାଗଡ଼ ରାସ୍ତାରେ ଥିବା ଏକ ଘରୋଇ ପବ୍ଲିକ ସ୍କୁଲ ପରିସରରେ ଥିବା ଆମ୍ଵ ଗଛରୁ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏନେଇ ସ୍କୁଲ ଅଧକ୍ଷ ପୋଲିସକୁ ଖବର ଦେଇଥିଲେ। ମୃତ ଛାତ୍ର ଜଣଙ୍କ ପାବିଲ୍ୟାସ କର୍ଜି। ସେ ଦଶମ ଶ୍ରେଣୀରେ ପଢ଼ୁଥିଲେ। ତାଙ୍କ ଘର ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଅଞ୍ଚଳରେ। ତେବେ ଛାତ୍ରଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ଖୋର୍ଦ୍ଧା ତହସିଲଦାର ବିଭାସ ପାଣିଗ୍ରାହୀ, ଏସଡିପି ଓ ଦିଲ୍ଲୀପ ଦାସ, ଆଦର୍ଶ ଥାନା ଅଧିକାରୀ ତାରିଖ ଆହମ୍ମଦ ପ୍ରମୁଖ ପହଞ୍ଚି ତଦନ୍ତ ଚଳାଇଛନ୍ତି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.