ପ୍ରମୂଖ ଖବର
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବାରିମୂଳ ଜେଲ୍‌ ୱାଡେନ୍‌ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | November 2, 2024 11:41 AM

କେନ୍ଦ୍ରାପଡ଼ା, ୦୨/୧୧: ବାରିମୂଳ ଜେଲ୍‌ର ୱାଡେନ୍ ବିଜୟ ପରିଡାଙ୍କର ସନ୍ଧେହଜନକ ଭାବେ ମୃତ୍ୟୁ ଘଟିଛି l ଜେଲ୍ ନିକଟରେ ଥିବା ବାରାକ୍‌ରେ ବିଜୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଠାବ ହୋଇଛି । ସେ ଆଠଗଡ଼ ଗୁରିଡିଝାଟିଆର ବାସିନ୍ଦା ବୋଲି ଜଣାପଡ଼ିଛି । କେନ୍ଦ୍ରାପଡ଼ା ଜିଲ୍ଲା ବାରିମୂଳ ଜେଲ୍ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶୁକ୍ରବାର ଦିନ ୧୨ ଟାରେ ବିଜୟଙ୍କ ଡିୟୁଟି ଶେଷ ହୋଇଥିଲା । ଡିଉଟି ସାରି ସେ ନିଜ ବାରାକ୍‌କୁ ଫେରିଆସିଥିଲେ । ସନ୍ଧ୍ୟାରେ ଅନ୍ୟମାନେ ଡିଉଟି ସାରି ଫେରିବା ପରେ ବିଜୟ ଙ୍କୁ ପଙ୍ଖାରେ ଝୁଲି ପଡିଥିବା ଦେଖିବାକୁ ପାଇଥିଲେ । ଏହା ଦେଖି ତାଙ୍କ ସହକର୍ମୀ ଜେଲ୍‌ର ଅନ୍ୟ କର୍ମୀ ଏବଂ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଜେଲ୍‌ରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏନେଇ ମୃତକଙ୍କ ପରିବାର ଲୋକେ ଖବର ପାଇବା ପରେ କେନ୍ଦ୍ରାପଡାରେ ପହଞ୍ଚିଛନ୍ତି । ବର୍ତ୍ତମାନ ବିଜୟଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.