ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ସରକାରୀ ବାସଭବନରୁ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | January 18, 2025 12:26 PM

ଆଠଗଡ଼,୧୮/୦୧: ସରକାରୀ ବାସଭବନରୁ ଉଦ୍ଧାର ହେଲା ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ । ମୃତକ ଅଜୟ ସାମଲ ଏବଂ ସେ କଟକ ନରସିଂହପୁର ବ୍ଲକରେ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ । ତାଙ୍କ ମତ୍ୟୁର କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କଟକ ଜିଲ୍ଲା ଆଠଗଡ଼ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ନରସିଂହପୁର ବ୍ଲକ ଯନ୍ତ୍ରୀ ଅଜୟ ସାମଲ ସାଗର, ଅଲରା, କାଞ୍ଜିଅ ପଦା ପଞ୍ଚାୟତ ଦାୟିତ୍ୱରେ ଥିଲେ । ତେବେ ଶନିବାର ସକାଳୁ ସରକାରୀ ବାସଭବନରେ ଅଜୟଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ତାଙ୍କ ପରିବାର ଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ନରସିଂହପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛି, ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି । ପୋଲିସ ତାଙ୍କ ମୃତ୍ୟୁର କାରଣ ଖୋଜି ଘଟଣାର ତଦନ୍ତ ଚଳାଇଛି । ଏହି ଘଟଣା ସମ୍ପର୍କରେ ଖବର ପାଇ ନରସିଂହପୁର ବ୍ଲକ ପ୍ରଶାସନ, ତହସିଲଦାର ପ୍ରମୁଖ ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.